ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରୀ ହୋଇଥିବା ସତର୍କ ସୂଚନାକୁ ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲ୍ଲାବାସୀଙ୍କୁ ଟ୍ୱିଟ୍ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ୫-‘ଟି’ ମାଧ୍ୟମରେ କର୍ମକ୍ଷେତ୍ରରେ ସ୍ୱଚ୍ଛତା ଓ କର୍ମଚାରୀମାନଙ୍କ ଦକ୍ଷତା ଉପରେ ନିରପେକ୍ଷ ଆଲୋକପାତ କରାଯିବା ସଙ୍ଗେ ସଙ୍ଗେ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଏହାର ସଫଳ ରୂପାୟନ ପାଇଁ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । […]

ଭୁବନେଶ୍ୱର: ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ବୁଧବାର ଦିନ ନବରଙ୍ଗପୁର ଉଠାଜଳସେଚନ ଡିଭିଜନ ଗସ୍ତ କରି ସ୍ଥାନୀୟ ସର୍କିଟ୍ ହାଉସ୍ ଠାରେ ଏକ ବୈଠକରେ ଯୋଗଦେଇ ନିଗମ ଜରିଆରେ କରାଯାଉଥିବା ବିଭିନ୍ନ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ଓ.ଏଲ୍‌.ଆଇ.ସି ଜରିଆରେ କରାଯାଉଥିବା ବିଭିନ୍ନ ଜଳସେଚନ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସଂପୂର୍ଣ୍ଣ କରିବାକୁ […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ […]

ଭୁବନେଶ୍ୱର : ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା  ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ସୋମବାର ଦିନ ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି । ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ […]

ଭୁବନେଶ୍ୱର:କରୋନାର ନୂଆ ଭାରିଆଣ୍ଟ୍ ର ଭୂତାଣୁ ଓମିକ୍ରନ ପାଇଁ ଭୟଭୀତ ନହୋଇ ଏହି ଭାଇରସକୁ ଧୈର୍ଯ୍ୟର ସହ ମୁକାବିଲା କରିବା ପାଇଁ ଓଡିଶା ସମେତ ଦେଶର ସମସ୍ତ ନାଗରିକଙ୍କୁ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ବାର୍ତା ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟିକା ନେଇ ନ ଥିବା ବ୍ୟକ୍ତିଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରିବା ସହ […]

ଭୁବନେଶ୍ୱର:ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକଙ୍କ ପାଠପଢ଼ା ଶୈଳି ଓ ଗବେଷଣା ଦେଶରେ ଆଦୃତ ହୋଇଥିବା ବେଳେ ଶିକ୍ଷାନୁଷ୍ଠାନକୁ ଅନ୍ତରାଷ୍ଟ୍ରୀୟ Ranking ରେ ଆଣିବା ପାଇଁ ସାମୂହିକ ପ୍ରଚେଷ୍ଟା କରିବା ଆବଶ୍ୟକ । ବିଶ୍ୱବିଦ୍ୟାଳୟ ପ୍ରତିଯୋଗୀତାମୂଳକ ହେଲେ ହିଁ ଏହାର ଉନ୍ନତି ହୋଇପାରିବ ବୋଲି ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ସମାରୋହ ଅବସରରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । କୋରାପୁଟର ୧୨ ଲକ୍ଷ  ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଶନିବାର ଦିନ କାର୍ଯ୍ୟକ୍ରମ ସହିତ  ରାଜ୍ୟର […]

ଭୁବନେଶ୍ୱର : ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ବାଲେଶ୍ବରର ୨୦ ଲକ୍ଷ  ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୧ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ […]

ଭୁବନେଶ୍ୱର :ରାଜ୍ୟରେ ଧାନ କିଣାବିକା ଅବ୍ୟବହିତ ପୂର୍ବରୁ ବିଜେପି କୃଷକ ମୋର୍ଚ୍ଚା ମଣ୍ଡିମାନଙ୍କରେ ମିଲର୍ସମାନଙ୍କର ରାଜୁତି ବନ୍ଦ କରିବା ସହ କେନ୍ଦ୍ର ସରକାର ଧାନ କ୍ୱିଂଟାଲ ପ୍ରତି ଯୋଗାଇ ଦେଉଥିବା ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୧୯୪୦ ଟଙ୍କା ଚାଷୀଙ୍କୁ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କୁ ବିଜେପି ତାଗିଦ୍ କରିଛି । ଗୁରୁବାର ଦିନ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ […]