ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭୁବନେଶ୍ୱର Airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି । ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି । ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି । ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ Guide ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି । ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି । ସୂଚନା ଯୋଗ୍ୟ ଯେ CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି Diesel ବସ ଚଳାଚଳ କରୁଛି ।

Leave a Reply

Your email address will not be published. Required fields are marked *