ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

୧୭ଟି ଶ୍ରେଣୀରେ ଭାଗନେବେ ଦେଶର ୧୫୦ ବିଶ୍ୱବିଦ୍ୟାଳୟର ୩୫୦୦ କ୍ରୀଡାବିତ

Share this:

ନୂଆଦିଲ୍ଲୀ: ଓଡ଼ିଶାରେ ଖେଳା ଯିବାକୁ ଥିବା ଦେଶର ସର୍ବ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାକୁ ଆସନ୍ତା କାଲି ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । କଟକର ଜବାହରଲାଲ ନେହରୁ ଇନଡୋର ଷ୍ଟାଡିୟମଠାରେ ଉଦଘାଟନୀ ସମାରୋହରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ କିରେନ ରିିିଜିଜୁ ମଧ୍ୟ ଉପସ୍ଥିତ ରହିବେ । ଓଡ଼ିଶା ରାଜ୍ୟ ସରକାରଙ୍କ ସହଯୋଗରେ ଭାରତ ସରକାର ଏହି ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡାର ଆୟୋଜନ କରିଛନ୍ତି । ଦେଶର ତୃଣମୂଳ ସ୍ତରରେ କ୍ରୀଡା ସଂସ୍କୃତିକୁ ଉଦଜୀବିତ କରିବା ତଥା ଦେଶରେ ସବୁ ପ୍ରକାର କ୍ରୀଡ଼ାର ଏକ ସୁଦୃଢ଼ ଭିତିଭୂମି ସ୍ଥାପନ କରିବା ଏହି ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମର ଲକ୍ଷ୍ୟ । ଏହି କ୍ରୀଡା ପ୍ରତିଯୋଗିତା ଭୁବନେଶ୍ୱର ଓ କଟକର ବିଭିନ୍ନ ଜାଗାରେ ମାର୍ଚ୍ଚ ପହିଲା ପର୍ଯ୍ୟନ୍ତ ଚାଲିବ । ବିଶ୍ୱବିଦ୍ୟାଳୟ ସ୍ତରରେ ଏହା ଦେଶର ସର୍ବବୃହତ ପ୍ରତିଯୋଗିତା । ଦେଶର ୧୫୦ ବିଶ୍ୱବିଦ୍ୟାଳୟରୁ ପ୍ରାୟ ସାଢ଼େ ୩ ହଜାର କ୍ରୀଡାବିତ ଏଥିରେ ଅଂଶଗ୍ରହଣ କରୁଛନ୍ତି । ଏଥିରେ ମୋଟ ୧୭ଟି କ୍ରୀଡା ଶ୍ରେଣୀ ରହିଛି । ସେଗୁଡିକ ହେଲା ତୀରନ୍ଦାଜୀ, ଦୌଡକୁଦ, ମୁଷ୍ଠିଯୁଦ୍ଧ, ଅଶୀଚାଳନା, ଜୁଡୋ, ସନ୍ତରଣ, ଭାରତୋଳନ, କୁସ୍ତି, ବାଡମିଂଟନ, ବାସ୍କେଟ ବଲ, ଫୁଟବଲ, ହକି, ଟେବୁଲ ଟେନିସ, ଟେନିସ, ଭଲିବଲ, ରଗବୀ ଏବଂ କବାଡ଼ି ।

  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ  ଅଦ୍ୟ ମକର ରାଶିର ଘାତବାର । ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୩୩ ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୧ ରାହୁକାଳ – ଦିବା ଘ ୦୩/୧୦ ରୁ ଦିବା ଘ ୦୪/୪୯...
  • Share this:ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ପୁରା ଅସୁରକ୍ଷିତ ହୋଇପଡିଛନ୍ତି । ରକ୍ଷକ ଏଠି ଭକ୍ଷକ ପାଲଟିଛି । ଖୋଦ୍‌ ପୋଲିସ ମହିଳାମାନଙ୍କୁ ସୁରକ୍ଷା ଦେବା ପରିବର୍ତେ ସେମାନଙ୍କ ସହ ଦୁଷ୍କର୍ମ କରିଚାଲିଛି । ଗତ ମେ ୭ ତାରିଖ ଦିନ...
  • Share this:ଭୁବନେଶ୍ୱର : ବହୁମୂଲ୍ୟ ସର୍ବସାଧାରଣ ଜମିକୁ ଉତ୍କଳ ଗ୍ୟାଲେରିଆ ମଲ୍‌କୁ ଟେକିଦେବା ଓ ଏହାର ପ୍ରତିବାଦ କଲେ ମହାମାରୀ ନିୟନ୍ତ୍ରଣର କଡା ଆଇନ ଲଗାଇ ଜନ ଆନ୍ଦୋଳନକୁ ଚାପିଦେବାକୁ ଚେଷ୍ଟା କରୁଥିବା ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀଙ୍କ ତୁରନ୍ତ...
  • Share this:ଭୁବନେଶ୍ୱର : କରୋନା ମହାମାରୀ ସମୟରେ ଓଡ଼ିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତି ଓ କେଳେଙ୍କାରୀ ଗୁଡ଼ିକୁ କଂଗ୍ରେସ ଲୋକଲୋଚନକୁ ଆଣିବାସହିତ ଲୋକାୟୁକ୍ତଙ୍କର ଦ୍ୱାରସ୍ଥ ହୋଇଛି । ମାକ୍ସ, ପିପିଇ, ସାନିଟାଇଜର, ରିଏଲଟାଇମ ପିସିଆର, ରେପିଡ୍ କୋଭିଡ୍...
  • Share this:ଜୟମାମଙ୍ଗଳା.ଜୟ ଶନି ଦେବ  ଅଦ୍ୟ ମିଥୁନ ରାଶିର ଘାତବାର ।  ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୧୨,ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୩ ରାହୁକାଳ – ପ୍ରାତଃ ଘ ୦୬/୫୩ ରୁ ଦିବାଘ ୦୮/୩୩ ମଧ୍ଯରେ ।  ଆଜି ବାଇଗଣ ଖାଇବା...

RELATED BY

EDITOR
OFFICE