ଭୁବନେଶ୍ବର: ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି ।