
ଭୁବନେଶ୍ୱର : ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସାକ୍ଷାତ କରିବା ସହ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।