ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ହାସଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି । ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି ।

ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି ।

ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ ।

ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି । ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ ।

ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି । ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।