ଏ ପର୍ଯ୍ୟନ୍ତ ବାହାର ରାଜ୍ୟରୁ ୩୫,୫୪୦ ଜଣ ବ୍ୟକ୍ତି ଫେରିଛନ୍ତି, ସମୁଦାୟ ୧୮୫ ଜଣ ପଜିଟିଭ୍‌ ଚିହ୍ନଟ,୨୩୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି

୨ ଜଣ କୋଭିଡ-୍‌ ୧୯ ରୋଗୀଙ୍କର ମୃତ୍ୟୁ ହୋଇଛି

Share this:

ଭୁବନେଶ୍ୱର :  କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ ଏସ୍‌ସିବି ମେଡିକାଲ୍‌ କଲେଜ କଟକର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ସୂଚନା

@ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫‘ଟି’)  ଭି.କେ. ପାଣ୍ଡିଆନ୍‌ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରି କୋଭିଡ୍‌ ହସ୍‌ପିଟାଲ୍‌ ପରିଦର୍ଶନ କରିବା ସହ ଏହାର ପରିଚାଳନାର ସମୀକ୍ଷା କରିଛନ୍ତି ।

@ ଗଞ୍ଜାମ ଜିଲ୍ଲାରେ କୋଭିଡ୍‌-୧୯ ରୋଗୀ ଚିହ୍ନଟ ହେଉଥିବା ଦୃଷ୍ଟିରେ ରଖି ନିର୍ଦ୍ଦେଶକ, ପରିବାର କଲ୍ୟାଣ ଏବଂ ଆର୍‌ଏମ୍‌ଆର୍‌ସିର ବୈଜ୍ଞାନିକଙ୍କୁ ନେଇ ଗଠିତ ଏକ ଟିମ୍‌କୁ ଗଞ୍ଜାମ ଜିଲ୍ଲାକୁ ରୋଗ ନିରୀକ୍ଷଣ, ସଂକ୍ରମଣ ପ୍ରତିରୋଧ ପଦକ୍ଷେପ ସଂପର୍କରେ ତଦାରଖ କରିବା ନିମନ୍ତେ ପଠାଯାଇଛି । ଏହା ସହତି  ଜିଲ୍ଲାରେ ନିରୀକ୍ଷଣ, କଣ୍ଟାକଫ ଟ୍ରେସିଂ ଏବଂ ଚିକିତ୍ସା ପ୍ରସ୍ତୁତିକୁ ସଶକ୍ତ କରିବା ନିମନ୍ତେ ଗୋଟିଏ ଆଶୁ କାର୍ଯ୍ୟାନୁଷ୍ଠାନ ଦଳ(ରାପିଡ୍‌ ରେସ୍‌ପନ୍ସ ଟିମ୍‌) ଗଠନ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ସଂପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି ।

@ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅନୁରୋଧ କ୍ରମେ ଏମସ୍‌, ଭୁବନେଶ୍ୱରରୁ ଏକ ଆଶୁ କାର୍ଯ୍ୟାନୁଷ୍ଠାନ ଦଳ(ରାପିଡ୍‌ ରେସ୍‌ପନ୍ସ ଟିମ୍‌) ରୋଗ ନିରୀକ୍ଷଣ ଏବଂ ଚିକିତ୍ସା ସେବା ଅନୁଧ୍ୟାନ କରିବା ନିମନ୍ତେ ବଲାଙ୍ଗୀର ଗସ୍ତ କରିଛନ୍ତି ।

@ ଗତ ୩ ମଇରୁ ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି । ଆଜି ୭୪୫୧ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି । ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୩୫,୫୪୦ ଜଣ ଫେରିଛନ୍ତି । ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟ ଯାନବାହନରେ ଆସୁଛନ୍ତି ।

@ ଓଡ଼ିଶାକୁ ଫେରୁଥିବା ଲୋକମାନଙ୍କ ପାଇଁ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ବାଧ୍ୟତାମୂଳକ । ସହରାଞ୍ଚଳକୁ ଫେରୁଥିବା ଲୋକମାନଙ୍କ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌କୁ ପ୍ରାଥମିକତା ଦିଆଯାଇଛି । ଯେଉଁମାନଙ୍କର ହୋମ୍‌ କ୍ୱାରାଣ୍ଟାଇନ୍‌ର ସୁବିଧା ନାହିଁ ସେମାନଙ୍କ ପାଇଁ ପୌର କର୍ତ୍ତୃପକ୍ଷ ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ର ବ୍ୟବସ୍ଥା କରିବେ । ଆବଶ୍ୟକ ହେଲେ ସେମାନେ ନିଜ ଖର୍ଚ୍ଚରେ ନିର୍ଦ୍ଧାରିତ ହୋଟେଲ୍‌/ଲଜ୍‌ମାନଙ୍କରେ କ୍ୱାରାଣ୍ଟାଇନ୍‌ରେ ରହିପାରିବେ । ଗ୍ରାମାଞ୍ଚଳକୁ ଫେରୁଥିବା ଲୋକମାନଙ୍କ ପାଇଁ ଆନୁଷ୍ଠାନିକ କ୍ୱାରାଣ୍ଟାଇନ 
ବାଧ୍ୟତାମୂଳକ । କିନ୍ତୁ ଗର୍ଭବତୀ ଓ ପ୍ରସୂତୀ ମହିଳା/ଶିଶୁ/ଛାତ୍ରଛାତ୍ରୀ/ବୃତ୍ତିଜୀବୀ/ତୃତୀୟ ଲିଙ୍ଗ ଓ ଶାରିରୀକ ଓ ମାନସିକ ଭିନ୍ନକ୍ଷମମାନଙ୍କ ପାଇଁ ଆବଶ୍ୟକ ସ୍ଥଳେ ହୋମ୍‌ କ୍ୱାରାଣ୍ଟାଇନ୍‌ ପାଇଁ କର୍ତ୍ତୃପକ୍ଷ ଅନୁମତି ଦେଇପାରିବେ କିମ୍ବା ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିପାରିବେ । ଏଥି ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

@ କୋଭିଡ-୍‌ ୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ପ୍ରାୟ ୧୨,୦୦୦ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି । ଏଥିରେ ପାଖାପାଖି ୫ ଲକ୍ଷ ଶଯ୍ୟାର ବ୍ୟବସ୍ଥା କରାଯାଇଛି ।

@ ଗ୍ରାମାଞ୍ଚଳରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସମସ୍ତ ମୌଳିକ ସୁବିଧାସୁଯୋଗ ଉପଲବ୍ଧ ହେବା ସହ ସଫେଇ ଓ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଉଛି । ଏହି କେନ୍ଦ୍ରଗୁଡ଼ିକରେ ମେନୁ ଚାର୍ଟ ଅନୁସାରେ ଉନ୍ନତ ମାନର ଖାଦ୍ୟ ଯୋଗାଇ ଦିଆଯାଉଛି । କେନ୍ଦ୍ରଗୁଡ଼ିକରେ କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀ ଏବଂ ଅନ୍ୟାନ୍ୟ ସେବା ପ୍ରଦାନକାରୀ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ବ୍ୟବହାର କରୁଛନ୍ତି ।

@ ଆଜି ରାଜ୍ୟର ୫୦୪୩ ଗ୍ରାମ ପଞ୍ଚାୟତରେ ୩,୧୩,୦୮୪ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି । ସେହିପରି ୧୧୪ ଟି ପୌରାଞ୍ଚଳରେ ୩୫,୭୩୨ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ।

@ ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୫ରୁ ମଇ ୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧ଟି ମାମଲା ଦାୟର କରାଯାଇଛି । ସେଥିରୁ ୧୮ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଏବଂ ୧ଟି ଅନ୍ୟାନ୍ୟ କୋଭିଡ-୍‌ ୧୯ ସଂପର୍କିତ ଘଟଣା ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୨୩ ଜଣଙ୍କୁ ଗିରଫ କରାଯାଇଛି । 

@ ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୭୪୫୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି ।

@ ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୮୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

@୬୧ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।

@ ୨ ଜଣ କୋଭିଡ-୍‌ ୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ।

@ ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୨୨ ରହିଛି ।

@୨୩୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ।

 

  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ  ଅଦ୍ୟ ମକର ରାଶିର ଘାତବାର । ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୩୩ ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୧ ରାହୁକାଳ – ଦିବା ଘ ୦୩/୧୦ ରୁ ଦିବା ଘ ୦୪/୪୯...
  • Share this:ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ପୁରା ଅସୁରକ୍ଷିତ ହୋଇପଡିଛନ୍ତି । ରକ୍ଷକ ଏଠି ଭକ୍ଷକ ପାଲଟିଛି । ଖୋଦ୍‌ ପୋଲିସ ମହିଳାମାନଙ୍କୁ ସୁରକ୍ଷା ଦେବା ପରିବର୍ତେ ସେମାନଙ୍କ ସହ ଦୁଷ୍କର୍ମ କରିଚାଲିଛି । ଗତ ମେ ୭ ତାରିଖ ଦିନ...
  • Share this:ଭୁବନେଶ୍ୱର : ବହୁମୂଲ୍ୟ ସର୍ବସାଧାରଣ ଜମିକୁ ଉତ୍କଳ ଗ୍ୟାଲେରିଆ ମଲ୍‌କୁ ଟେକିଦେବା ଓ ଏହାର ପ୍ରତିବାଦ କଲେ ମହାମାରୀ ନିୟନ୍ତ୍ରଣର କଡା ଆଇନ ଲଗାଇ ଜନ ଆନ୍ଦୋଳନକୁ ଚାପିଦେବାକୁ ଚେଷ୍ଟା କରୁଥିବା ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀଙ୍କ ତୁରନ୍ତ...
  • Share this:ଭୁବନେଶ୍ୱର : କରୋନା ମହାମାରୀ ସମୟରେ ଓଡ଼ିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତି ଓ କେଳେଙ୍କାରୀ ଗୁଡ଼ିକୁ କଂଗ୍ରେସ ଲୋକଲୋଚନକୁ ଆଣିବାସହିତ ଲୋକାୟୁକ୍ତଙ୍କର ଦ୍ୱାରସ୍ଥ ହୋଇଛି । ମାକ୍ସ, ପିପିଇ, ସାନିଟାଇଜର, ରିଏଲଟାଇମ ପିସିଆର, ରେପିଡ୍ କୋଭିଡ୍...
  • Share this:ଜୟମାମଙ୍ଗଳା.ଜୟ ଶନି ଦେବ  ଅଦ୍ୟ ମିଥୁନ ରାଶିର ଘାତବାର ।  ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୧୨,ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୩ ରାହୁକାଳ – ପ୍ରାତଃ ଘ ୦୬/୫୩ ରୁ ଦିବାଘ ୦୮/୩୩ ମଧ୍ଯରେ ।  ଆଜି ବାଇଗଣ ଖାଇବା...

RELATED BY

EDITOR
OFFICE