ବିଧାନସଭା ପରିସରରେ ବୃକ୍ଷ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନ ଅବସରରେ ଓଡ଼ିଶାରେ ‘ମା ପାଇଁ ଗଛଟିଏ ଅଭିଯାନ’ର ଅଭୂତପୂର୍ବ ଉତ୍ସାହ ଦେଖାଯାଇଛି । ଆଜି ବିଧାନସଭା ଅଧିବେଶନର ପ୍ରଥମ ଦିବସରେ ବିଧାନସଭା ପରିସରରେ ବୃକ୍ଷଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇଙ୍କ ସମେତ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ବିଧାୟକ ଏହି ଅବସରରେ ବୃକ୍ଷଚାରା ରୋପଣ କରିଥିଲେ ।