ମୃତ୍ୟୁ ପରେ ଶରୀର ଦାନ କରିବେ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ

୩ ଥର ଲୋକସଭା ବା ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି

Share this:

ଭୁବନେଶ୍ୱର :ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମୃତ୍ୟୁ ପରେ ତାଙ୍କ ଶରୀର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟକୁ ଦାନ କରିବେ ।  ସୋମବାର ଦିନ ତାଙ୍କର ୯୯ ତମ ଜନ୍ମ ଦିବସ ଅବସରରେ ଶ୍ରୀଯୁକ୍ତ ପଟ୍ଟନାୟକ ଏହି ଇଚ୍ଛା ବ୍ୟକ୍ତ କରିଛନ୍ତି ।  ସୋମବାର ଦିନ ସକାଳେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ ଶ୍ରୀ ପଟ୍ଟନାୟକଙ୍କୁ ତାଙ୍କ ବାସ ଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ଜନ୍ମଦିନର ଶୁଭେଚ୍ଛା ଜଣାଇବା ପରିପ୍ରେକ୍ଷୀରେ ଶ୍ରୀ ପଟ୍ଟନାୟକ ମନ୍ତ୍ରୀଙ୍କୁ ତାଙ୍କର ଏହି ଇଚ୍ଛା ଜଣାଇଥିଲେ । ପ୍ରକାଶ ଥାଉକି, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲ୍ଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ । ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ । ପ୍ରବାଦପୁରୁଷ ବିଜୁ ଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ଲୋକସଭା ବା ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି । ମାନବ ସମାଜର କଲ୍ୟାଣ ଉଦ୍ଦେଶ୍ୟରେ, ତାଙ୍କର ଦେହାନ୍ତ ପରେ ଶରୀର ଦାନ କରିବାକୁ ସୋମବାର ଦିନ ତାଙ୍କର ଜନ୍ମ ଦିବସ ଅବସରରେ ନିଷ୍ପତି ତାଙ୍କର ନିଃସ୍ୱାର୍ଥ ର ମାନବୀୟ ମୂଲ୍ୟବୋଧର ପରିଚାୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ ଏହି ଅବସରରେ ପ୍ରକାଶ କରିଛନ୍ତି । ଶ୍ରୀ ପଟ୍ଟନାୟକଙ୍କର ଏହି ନିଷ୍ପତି ସମୟରେ ନିମାପଡା ଶହୀଦ ସଂସଦର ସଂପାଦକ ଶ୍ରୀ ବେଣୁଧର ସେନାପତି ମଧ୍ୟ ଉପସ୍ଥିତ ଥିଲେ ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY