ଜାତିସଂଘର ମହାସଚିବ ସତ୍ୟ ଏସ. ତ୍ରିପାଠୀଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ

ଭିସି ଜରିଆରେ

Share this:

ନୂଆଦିଲ୍ଲୀ/ଭୁବନେଶ୍ୱର: ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଦିନ ନ୍ୟୁୟର୍କ ଜାତିସଂଘ ପରିବେଶ କାର୍ଯ୍ୟକ୍ରମର ସହକାରୀ ମହାସଚିବ ସତ୍ୟ ଏସ. ତ୍ରିପାଠୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ ଭାରତର ଜୈବ ଇନ୍ଧନ କ୍ଷେତ୍ରରେ ଥିବା ସମ୍ଭାବନା ଦିଗରେ ଆଲୋଚନା କରିଛନ୍ତି । ବର୍ଜ୍ୟ ବସ୍ତୁରୁ ଉର୍ଜା କାର୍ଯ୍ୟକ୍ରମରେ ବିଶ୍ୱରେ ଭାରତକୁ ଅଗ୍ରଣୀ କରିବା ପାଇଁ ଉଦ୍ୟମ କରିବା ଉପରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ । ଏହି ଆଲୋଚନାରେ ବ୍ୟାଙ୍କିଂ ଅନୁଷ୍ଠାନର ମୁଖ୍ୟ ଓ ଜୈବ ଇନ୍ଧନ କ୍ଷେତ୍ରର ପ୍ରମୁଖ ଅଂଶୀଦାରମାନେ ଉପସ୍ଥିତ ଥିଲେ । ସିବିଜି, ଜୈବ ଇଥାନଲ, ଜୈବ ସାର ଏବଂ ଜୈବ ଇନ୍ଧନ କ୍ଷେତ୍ରରେ ଥିବା ସୁଯୋଗ ଉପରେ ଶ୍ରୀପ୍ରଧାନ ଆଲୋକପାତ କରିଥିଲେ । ସେ କହିଛନ୍ତି ଯେ ଭାରତ ସରକାର ଜୈବ ଇନ୍ଧନ ଦିଗରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛନ୍ତି । ଦେଶର ବିଭିନ୍ନ ଅଞ୍ଚଳରେ ପର୍ଯ୍ୟାୟକ୍ରମେ ୫ ହଜାର ସିବିଜି ପ୍ଲାଣ୍ଟ ପ୍ରତିଷ୍ଠା କରାଯାଉଛି । ଏହା ଜୈବ ଇନ୍ଧନ କ୍ଷେତ୍ରର ଅର୍ଥନୀତିକୁ ଗତି ଦେବ ଏବଂ ନିଯୁକ୍ତି ସୃଷ୍ଟି କରିବା ସହ ଦେଶର ବିକାଶ କରିବା ସହ ଆତ୍ମନିର୍ଭର ଭାରତ ଗଠନ ଦିଗରେ ଆଗ୍ରସର କରିବ । କୃଷି ବର୍ଜ୍ୟ ବସ୍ତୁ ଏବଂ ଅନ୍ୟାନ୍ୟ ଅବଶିଷ୍ଟାଂଶକୁ ଉର୍ଜାରେ ପରିଣତ କରିବା ଦ୍ୱାରା ପରିବେଶ ସ୍ୱଚ୍ଛ ରହିବା ସହ ଜନ ସ୍ୱାସ୍ଥ୍ୟ ଏବଂ ଗ୍ରାମୀଣ ଅର୍ଥନୀତିରେ ମଧ୍ୟ ସୁପ୍ରଭାବ ପକାଇବ । ଆଜିର ଆଲୋଚନା ଆବର୍ଜନାରୁ ଉର୍ଜା କାର୍ଯ୍ୟକ୍ରମ ଦିଗରେ ଭାରତର ପ୍ରଚେଷ୍ଟାକୁ ତ୍ୱରାନ୍ୱିତ କରିବ ଏବଂ ଭଲ ବ୍ୟବସାୟ ମଡେଲ ପ୍ରତିଷ୍ଠା କରିବ, ଯାହା ଅଂଶୀଦାର, ଚାଷୀ ଏବଂ ଉଦ୍ୟୋଗୀଙ୍କ ପାଇଁ ଫଳପ୍ରଦ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY