ନବକୃଷ୍ଣ ଚୌଧୁରୀ ଥିଲେ ଏକ ଆଦର୍ଶବାଦୀ ବ୍ୟକ୍ତିତ୍ୱ

ଜଣେ ସରଳ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବେଶ୍ ସୁନାମ ଅର୍ଜନ କରିଥିଲେ

Share this:

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆଦର୍ଶବାଦୀ ରାଜନୀତିଜ୍ଞ ତଥା ସମାଜର ଅବହେଳିତ ବ୍ୟକ୍ତିମାନଙ୍କ ପାଇଁ କାମ କରି ଆସୁଥିବା ଓଡ଼ିଆ ସ୍ୱାଭିମାନର ପ୍ରତୀକ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୩୬ତମ ଶ୍ରାଦ୍ଧବାର୍ଷିକୀ ବିଧାନସଭା ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଭିଯାନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ସ୍ମୃତିଚାରଣ କରି ମତବ୍ୟକ୍ତ କରିଥିଲେ ଯେ ଜଣେ ଆଦର୍ଶବାଦୀ ରାଜନୀତିଜ୍ଞ, ଓଡ଼ିଆ ଭାଷା ସାହିତ୍ୟର ମୁଖ୍ୟ କାଣ୍ଡାରୀ, ଭୂଦାନ ସଂସ୍କାରର ମୁଖ୍ୟ ପୁରୋଧା ତଥା ସମାଜର ଅବହେଳିତ, ଅନୁନ୍ନତ ଓ ଆର୍ଥିକ ଅନଗ୍ରସର ବ୍ୟକ୍ତିମାନଙ୍କ ପାଇଁ ସେ ସର୍ବଦା କାର୍ଯ୍ୟ କରିଆସୁଥିଲେ । ସ୍ୱାଧୀନତା ସଂଗ୍ରାମରେ ଝାସ ଦେବା ସହିତ କୃଷି, କୃଷକମାନଙ୍କ ସର୍ବବିଧ ଉନ୍ନତି ପାଇଁ କାର୍ଯ୍ୟ କରିଥିଲେ । ଜଣେ ସରଳ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବେଶ୍ ସୁନାମ ଅର୍ଜନ କରିଥିଲେ । ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ଅଭିଯାନର ସଦସ୍ୟ ଡମ୍ବରୁଧର ହରଣସିଂ, ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ ପଦ୍ମଚରଣ ନାୟକ, ଲକ୍ଷ୍ମଣ ଦାଶ, ଖଗେଶ୍ୱର ବଳ, ନିରଞ୍ଜନ ସାହୁ,ବି. ମୁରଲୀଧର, ମଞ୍ଜିତ୍ କୌର ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସଞ୍ଜୟ ପରିଡ଼ାଙ୍କୁ ନବକୃଷ୍ଣ ଚୌଧୁରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ବୋଲି ଅଭିଯାନର ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଜଣାଇଥିଲେ ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY