ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା – ଧର୍ମେନ୍ଦ୍ର ପ୍ରଧାନ

ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ ଆଇଜିଏକ୍ସ ଆରମ୍ଭ ହୋଇଛି
DHARMENDRA PRADHAN-01-07-2020

Share this:

ନୂଆଦିଲ୍ଲୀ/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ କୋଭିଡ୍ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ) ଏବଂ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ ୱେବିନାରରେ ସାମିଲ ହୋଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରିବର୍ତିତ ବିଶ୍ୱ ଗ୍ୟାସ ବଜାରର ଦୃଶ୍ୟପଟ୍ଟରେ ଭାରତକୁ ପ୍ରାକୃତିକ ଗ୍ୟାସ ଆଧାରିତ ତିଆରି କରିବା ଉପରେ ଏହି ୱେବିନାର ଆୟୋଜନ କରାଯାଇଥିଲା । ଶ୍ରୀ ପ୍ରଧାନ କହିଛନ୍ତି ଯେ ବଢୁଥିବା ଉର୍ଜା ଚାହିଦା ପରିପ୍ରେକ୍ଷୀରେ ଦେଶରେ ନିର୍ଗତ ଅଙ୍ଗାରକାମ୍ଳକୁ ହ୍ରାସ କରିବା ପାଇଁ ପ୍ରାକୃତିକ ଗ୍ୟାସ ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଦେଶରେ ବିଭିନ୍ନ ଶିଳ୍ପ ସଂସ୍ଥା ପାଇଁ ଏଲଏନଜି ଟର୍ମିନାଲ ନିର୍ମାଣ କରାଯାଇ ସୁଲଭ ଦରରେ ଗ୍ୟାସ ଯୋଗାଯାଉଛି । ପୂର୍ବ ଭାରତ ଏବଂ ଉତର ଭାରତରେ ଗ୍ୟାସ ଗ୍ରୀଡ ପାଇପଲାଇନର କାମ ସଂପ୍ରସାରଣ କରାଯାଉଛି । ଗୋଟିଏ ଦେଶ ଏବଂ ଗୋଟିଏ ଗ୍ରୀଡ ବ୍ୟବସ୍ଥାରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି ବନାଇବା ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି । ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ କରାଯାଇଛି । ପ୍ରାକୃତିକ ଗ୍ୟାସ ପାଇଁ ନୂତନ ବୈଦୁତିକ ଟ୍ରେଡିଂ  ପ୍ଲାଟଫର୍ମର ଭାରତର ଉର୍ଜା ଇତିହାସରେ ନୂତନ ଅଧ୍ୟାୟ । ଭାରତୀୟ ଗ୍ୟାସ ଆଧାରିତ ଅର୍ଥନୀତି ଦିଗରେ ଏହି ପ୍ଲାଟଫର୍ମ ସହାୟକ ହେବ ଏବଂ ଆତ୍ମନିର୍ଭର ଭାରତ ଦିଗରେ ଏହା ବଡ ପଦକ୍ଷେପ । ଏହି ଅବସରରେ ଶ୍ରୀ ପ୍ରଧାନ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି ବନାଇବା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ଆନ୍ତର୍ଜାତିକ ଉର୍ଜା ଏଜେନ୍ସି ବା ଆଇଏର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଫତି ବିରୋଲ୍ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପାକୃତିକ ଗ୍ୟାସ ଏକ୍ସଚେଞ୍ଜ ସମେତ ପ୍ରାକୃତିକ ଗ୍ୟାସ କ୍ଷେତ୍ରରେ ଅଣାଯାଇଥିବା ସଂସ୍କାର ଉପରେ ଗୁରୁତ୍ୱାରୋପ କରିଥିଲେ । ଏହା ସହ କରୋନା ମହାମାରୀ ସମୟରେ ଭାରତରେ ଗରିବଙ୍କୁ ମାଗଣାରେ ଗ୍ୟାସ ଯୋଗାଇବା ପଦକ୍ଷେପକୁ ସେ ପ୍ରଶଂସା କରିଥିଲେ ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY