ସୁଦର୍ଶନ ଦାସ ରାଜୀବ ଗାନ୍ଧୀ ପଞ୍ଚାୟତରାଜ ସଂଗଠନର ଅଧ୍ୟକ୍ଷ ହେଲେ

ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନ ଭାରତୀୟ ଜାତୀୟ କଂଗ୍ରେସ ଦଳର ଏକ ଛାମୁଆ ସଂଗଠନ

Share this:

ଭୁବନେଶ୍ୱର : ଏଆଇସିସି ଅଧିନରେ କାର୍ଯ୍ୟକରୁଥିବା ରାଜୀବ ଗାନ୍ଧୀ ପଞ୍ଚାୟତରାଜ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷା ସୁଶ୍ରୀ ମିନାକ୍ଷୀ ନଟରାଜନ ଓଡ଼ିଶା ପାଇଁ ଶ୍ରୀ ସୁଦର୍ଶନ ଦାସଙ୍କୁ ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି । ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନ ଭାରତୀୟ ଜାତୀୟ କଂଗ୍ରେସ ଦଳର ଏକ ଛାମୁଆ ସଂଗଠନ ଭାବରେ କାର୍ଯ୍ୟକରି ଆସୁଛି । ବିଶେଷକରି ଦେଶରେ ପଞ୍ଚାୟତରାଜ ବ୍ୟବସ୍ଥାକୁ ସଶକ୍ତ କରାଇବା ସହିତ ତୃଣମୁଳ ସ୍ତରରେ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା କ୍ଷେତ୍ରରେ ଏହାର ଭୂମିକା ଦେଶରେ ଗୁରୁତ୍ୱପୂର୍ଣ୍ଣ । ଗାନ୍ଧୀ, ବାବାସାହେବ ଆମ୍ବେଦକରଙ୍କ ଆଦର୍ଶକୁ ମୁଳମନ୍ତ୍ର ଭାବରେ ଗ୍ରହଣ କରି ଗ୍ରାମ ସ୍ଵରାଜ ଓ ସାମାଜିକ ନ୍ୟାୟ ପ୍ରତିଷ୍ଠା କ୍ଷେତ୍ରରେ ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନ ବିଭିନ୍ନ କାର୍ଯ୍ୟକ୍ରମ ନେଇ ଆସୁଛି । ଓଡ଼ିଶାରେ ଏହାର କାର୍ଯ୍ୟକ୍ରମକୁ ବ୍ୟାପକ ଓ ଶକ୍ତିଶାଳୀ କରିବା ପାଇଁ ଶ୍ରୀ ଦାସଙ୍କୁ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଦିଆଯାଇଛି । ଆଗାମୀ ପଞ୍ଚାୟତ ନିର୍ବାଚନରେ ଦଳ କିପରି ତାର ଶକ୍ତି ପ୍ରଦର୍ଶନ କରିପାରିବ ସେ ଦିଗରେ ଶ୍ରୀ ଦାସ କାର୍ଯ୍ୟକରିବେ । ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିବାରୁ ଶ୍ରୀ ଦାସ ଭାରତୀୟ ଜାତୀୟ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ, ରାଜୀବ ଗାନ୍ଧୀ ପଞ୍ଚାୟତରାଜ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷା ଶୁଶ୍ରୀ ମିନାକ୍ଷୀ ନଟରାଜନ ଓ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY