“ଏକ ଦେଶ, ଏକ ଟିକସ” କଥା କହୁଥିବା ବ୍ୟକ୍ତିମାନେ ହିଁ ଆର୍ଥିକ ସଂକଟର କାରଣ

ସେବା ଓ ଦ୍ରବ୍ୟକର ପ୍ରାପ୍ୟରେ କେନ୍ଦ୍ର ସରକାର ରାଜ୍ୟକୁ ଠକିଛି

Share this:

ଭବନେଶ୍ୱର : ଏକ ପ୍ରେସ୍‍ ବିଜ୍ଞପ୍ତିରେ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ଭାଜପାକୁ ପ୍ରଶ୍ନ ପଚାରି କହିଛନ୍ତି ଯେ, ଦୁଃଖ ଓ ପରିତାପର ସହିତ କହିବାକୁ ହେଉଛି ଯେ ଭାରତୀୟ ଜନତାପାର୍ଟି ଓ ତା’ର ନେତାମାନେ ସମସ୍ତ ରାଜ୍ୟବାସୀଙ୍କୁ ମୁର୍ଖ ବିବେଚନା କରି ଅନେକ ସମୟରେ ଅସତ୍ୟ ଓ ବିଭ୍ରାନ୍ତିକର ତଥ୍ୟମାନ ଦେବାରେ ଲାଗିଛନ୍ତି । ନିଜ ଭିତରେ ଓ ଦଳୀୟ ଅଫିସରେ ଉତ୍ସବ ମନାଉଥିବା ଦେଖାଯାଉଛି । ସେବା ଓ ଦ୍ରବ୍ୟକର ବାବଦରେ ଶ୍ରୀ କାନୁନ୍‍ଗୋ ପ୍ରଶ୍ନ ଉଠାଇଛନ୍ତି । କେନ୍ଦ୍ର ଦେଉଥିବା ଅର୍ଥ କ’ଣ ରାଜ୍ୟକୁ ଦାନ ଓ ରାଜ୍ୟର ଆଇନଅନୁମୋଦିତ ପ୍ରାପ୍ୟ ନୁହେଁ ? ସେବା ଓ ଦ୍ରବ୍ୟ କର ଆଇନଅନୁସାରେ ଏହି ନେତାମାନେ କ’ଣ ଜାଣନ୍ତି ନାହିଁ ଯେ ରାଜ୍ୟକୁ ୨୦୧୫-୧୬ ବର୍ଷକୁ ମୂଳ ବର୍ଷକରି ପ୍ରତିବର୍ଷ ୧୪% ବର୍ଦ୍ଧିତ ଟିକସ୍‍ ହାରରେ ରାଜ୍ୟମାନଙ୍କୁ ୨୦୨୧-୨୨ ମସିହା ପର୍ଯ୍ୟନ୍ତ ଦେବାର ବ୍ୟବସ୍ଥା ଅଛି ? ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ କେଉଁ ସ୍ୱାର୍ଥରେ କେଉଁ ସ୍ୱାଭିମାନରେ କେନ୍ଦ୍ର ସରକାରଙ୍କର ଅନୁଗୃହୀତ ଓ କାହା ସ୍ୱାର୍ଥରେ ଦାନୀ ପଣିଆକୁ ପ୍ରଶ୍ନ କରି ନାହାନ୍ତି ତାହା ତାଙ୍କୁ ଓ ତାଙ୍କ ଅଫିସରମାନଙ୍କୁ ଜଣା । ମାତ୍ର ୨୦୧୯-୨୦ ବର୍ଷପାଇଁ ରାଜ୍ୟର ଆଇନାନୁମୋଦିତ ପ୍ରାପ୍ୟ ୬.୨୦୦ କୋଟି ଟଙ୍କା ଜି.ଏସ୍‍.ଟି ରାଜସ୍ୱ କ୍ଷତିପୂରଣ ପାଇବା କଥା । ରାଜ୍ୟ ପାଇଛି ମୋଟ୍‍ ୫୧୨୨କୋଟି ଟଙ୍କା । ଏକଥା କ’ଣ ଭାଜପା ନେତାମାନେ ହିସାବ କରି ନାହାନ୍ତି କାରଣ ଗତବର୍ଷ (୨୦୧୯-୨୦) ପାଇଁ ରାଜ୍ୟର ଜି.ଏସ୍‍.ଟି. ଆଦାୟ ୭.୮୬% ଥିଲା । ଅବଶିଷ୍ଟ ୬.୧୪% କେନ୍ଦ୍ର ଭରଣା କରିବା କଥା । ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାଶୟ କ’ଣ ଜାଣନ୍ତି ନାହିଁ ମହାମାରୀ ସାଙ୍ଗରେ ଏହି ପ୍ରାପ୍ୟର କୌଣସି ସଂପର୍କ ନାହିଁ ? ଶ୍ରୀ ପ୍ରଧାନ କ’ଣ ଜାଣନ୍ତି ନାହିଁ ଯେ କେନ୍ଦ୍ର ଅର୍ଥ ସଚିବ  ଷ୍ଟାଣ୍ଡିଂ କମିଟି ଆଗରେ ପ୍ରାପ୍ୟ ଅର୍ଥ ଦେଇ ନ ପାରିବାର ଅକ୍ଷମତା ପ୍ରକାଶ କରିଛନ୍ତି । କାରଣ କେନ୍ଦ୍ର କ୍ଷତି ଭରଣା ପାଇଁ ଆଦାୟ କରୁଥିବା ସେସ୍‍ ବହୁ ପରିମାଣରେ କମିବାରେ ଲାଗିଛି । କେନ୍ଦ୍ର ସରକାରର ଏହି ଅପରାଗତା ଓ ଅକ୍ଷମତା କ’ଣ ଭାଜପା ନେତା ଜାଣନ୍ତି ନାହିଁ ?  ଯେଉଁମାନେ ଦିନେ “ଏକ ଦେଶ, ଏକ ଟିକସ” କଥା କହି ଜି.ଏସ୍‍.ଟି ରାତିଅଧିଆ ଲାଗୁକଲେ ଉତ୍ସାହିତ ହୋଇ ଐତିହାସିକ ନିଷ୍ପତି କହୁଥିଲେ ସେମାନେ ହିଁ ଆଜି ରାଜ୍ୟ ଆର୍ଥିକ ସଂକଟର କାରଣ । ଏକଥା ଧର୍ମେନ୍ଦ୍ରବାବୁ ଓ ତାଙ୍କ ଦଳ ଲୁଚାଇଲେ କ’ଣ ଲୁଚିବ ? 

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY