କରୋନାରୁ ୩ ଜଣ ବିଧାୟକ ସୁସ୍ଥ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ହେଲେ

୧୫୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହେଲାଣି
NAVEEN PATTNAIK-29-07-2020

Share this:

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ କୋଭିଡ୍‌-୧୯ ସଂପର୍କରେ ବିଧାୟକମାନଙ୍କ ନିମନ୍ତେ ଏକ କ ର୍ମଶାଳାକୁ ଉଦ୍‌ଘାଟନ କରି କହିଛନ୍ତି ଯେ ଲେ।କଙ୍କ ଜୀବନ ରକ୍ଷା ହେଉଛି ଆମର ପ୍ରାଥମିକତା । ଏହି ମହାମାରୀ ବିରୁଦ୍ଧରେ ଲଢ଼େଇରେ ସମ୍ବଳର କେବେ ବି ଅଭାବ ରହିବ ନାହିଁ । କୋଭିଡ୍‌ରେ ସଂକ୍ରମିତ ହୋଇଥିବା ୩ ଜଣ ବିଧାୟକ ଆରୋଗ୍ୟ ଲାଭ କରିଥିବାରୁ  ମୁଖ୍ୟମନ୍ତ୍ରୀ ଆନନ୍ଦବ୍ୟକ୍ତ କରିବା ସହିତ ବିଧାନସଭାର ସମସ୍ତ  ବିଧାୟକମାନେ ବ୍ୟକ୍ତିଗତ ଭାବେ ନିଜର ଯତ୍ନନେବା ଏବଂ ସେମାନଙ୍କ ଅଞ୍ଚଳରେ ଏହି ପରିସ୍ଥିତିରେ ପ୍ରେରଣାଦାୟୀ ନେତୃତ୍ୱ ଦେବା ପାଇଁ  ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ । ବିଧାୟକମାନେ ସେମାନଙ୍କ ଅଞ୍ଚଳରେ କୋଭିଡ୍‌ ଯୋଦ୍ଧାମାନଙ୍କର ଯତ୍ନ ନେବା ସହିତ ପ୍ଲାଜ୍‌ମା ଦାନକୁ ଉତ୍ସାହିତ କରିବା ଏବଂ ସାମାଜିକ ଦୂରତା ରକ୍ଷା, ମାସ୍କ ବ୍ୟବହାର ଓ ହାତ ଧୋଇବା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଦିଗରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଏହି ଲଢ଼େଇରେ ସାମିଲ ହୋଇ ଆଗଧାଡ଼ିରେ ରହି ଅଦୃଶ୍ୟ ଶତ୍ରୁ ବିରୁଦ୍ଧରେ ଯୁଦ୍ଧ ଜାରି ରଖିଥିବା କୋଭିଡ୍‌ ଯୋଦ୍ଧାମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର କୃତଜ୍ଞତା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ୍‌ ଯୋଦ୍ଧାମାନଙ୍କ କଠିନ ପରିଶ୍ରମ, ତ୍ୟାଗ ଯୋଗୁଁ ଆଜି ଆମ ରାଜ୍ୟର ୧୮ ହଜାର ଲୋକ କୋଭିଡ୍‌ରୁ ଆରୋଗ୍ୟ ଲାଭ କରିଛନ୍ତି ।  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଏକ ସନ୍ତୁଳିତପ୍ରାକୃତିକ ପରିବେଶ ଏବଂ ସୁରକ୍ଷିତ ବାତାବରଣ ସୃଷ୍ଟି ମାଧ୍ୟମରେ ବ୍ୟାଘ୍ରବଂଶର ଅଭିବୃଦ୍ଧି ପାଇଁ ଆମର ଉଦ୍ୟମକୁ ଦ୍ୱିଗୁଣିତ କରିବା ନିମନ୍ତେ ସଙ୍କଳ୍ପବଦ୍ଧ ହେବାକୁ ଆହ୍ୱାନ ଜଣାଇଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ-୨୦୨୦ ପାଳନ ନିମନ୍ତେ ଲୋକସେବା ଭବନଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ କୋଭିଡ୍‌ କଟକଣାର ଅନୁପାଳନ ସହ ସୀମିତ ସଂଖ୍ୟକ ଲୋକ ଏବଂ କୋଭିଡ୍‌ ଯୋଦ୍ଧାମାନଙ୍କ ଉପସ୍ଥିତିରେ ଅଗଷ୍ଟ ୧୫ର ଏହି ଜାତୀୟ ଦିବସ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ପାଳନ କରାଯିବ । ପୋଲିସ୍‌ ବାହିନୀ ତରଫରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦର୍ଶନ କରାଯିବ । ବୈଠକରେ ଗୃହ ବିଭାଗର ପ୍ରମୁଖ ଶାସନ ସଚିବ, ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ପୋଲିସ୍‌ କମିଶନର ପ୍ରମୁଖ ଉପସ୍ଥିତ ଥିଲେ ।  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ବିଭିନ୍ନ କୋଭିଡ୍‌ ହସ୍‌ପିଟାଲ୍‌ରେ କୋଭିଡ୍‌-୧୯ ପରିଚାଳନା ନିମନ୍ତେ ଏକ ଭର୍ଚୁଆଲ୍‌ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଟ୍ରେନିଂରେ ଆବଶ୍ୟକୀୟ ଔଷଧ ପ୍ରୟୋଗ, ପ୍ଲାଜ୍‌ମା ଥେରାପି, ଜଟିଳ ହୃଦରୋଗରେ ଆକ୍ରାନ୍ତ କୋଭିଡ୍‌ ରୋଗୀଙ୍କ ଚିକିତ୍ସା, ମୃତ କୋଭିଡ୍‌ ରୋଗୀଙ୍କ ଶରୀର ହସ୍ତାନ୍ତର ସଂପର୍କିତ ଆଇନଗତ ପ୍ରକ୍ରିୟା ଆଦି ସଂପର୍କରେ କଟକସ୍ଥିତ ଏସ୍‌ସିବି ମେଡିକାଲ୍‌ କଲେଜର ବିଶେଷଜ୍ଞମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏଥିରେ ୧୮୬ ଜଣ ଡାକ୍ତର ଅଂଶଗ୍ରହଣ କରି କୋଭିଡ୍‌ ପରିଚାଳନା ସଂପର୍କରେ ଆବଶ୍ୟକୀୟ ଜ୍ଞାନ ଆହରଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୧୦୯ କୋଟି ୭୫ ଲକ୍ଷ ୭୩ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି । ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି । କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୬,୬୪୧ ଟି କୋଭିଡ୍‌ କେୟାର ହୋମ୍‌ ସ୍ଥାପିତ ହୋଇଛି । ଏଥିରେ ମୋଟ ୬୬,୮୦୩ ଶଯ୍ୟାର ବ୍ୟବସ୍ଥା କରାଯାଇଛି ।  ଅନୁରୂପ ଭାବରେ ରାଜ୍ୟରେ ୧୪୫୦ ଟି କ୍ଲଷ୍ଟର ସ୍ତରୀୟ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି) କାର୍ଯ୍ୟ କରୁଛି । ଏଗୁଡ଼ିକରେ ୬୯,୭୪୭ ଟି ଶଯ୍ୟା ଉପଲବ୍ଧ ରହିଛି ।  ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁଲାଇ ୨୮ରୁ ଜୁଲାଇ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୭ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୬ ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟ କାରଣ ପାଇଁ ଅଟେ । ୨୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ।

 ସ୍ୱାସ୍ଥ୍ୟ ସୂଚନା:ମଙ୍ଗଳବାର ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୮୭,୩୧୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି ।  ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୯,୧୭୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୮,୯୩୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୫୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ।
 ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦,୦୪୧ ରହିଛି । ୧୦,୯୨୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY