ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ନିରଞ୍ଜନ

ରାଜ୍ୟରେ ପ୍ରତିଦିନ ଟେଷ୍ଟିଂର ସଂଖ୍ୟା ଅନ୍ୟୁନ ୨୫୦୦୦ କରାଯାଉ

Share this:

ପ୍ରିୟ ନବୀନବାବୁ,

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଏକ ଭୟାବହ ସ୍ଥିତିକୁ ଯାଉଛି । ଏହାକୁ ମୁକାବିଲା କରିବାକୁ ତୁରନ୍ତ ପଦକ୍ଷେପ ନିଆନଗଲେ, ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର ଯଥେଷ୍ଟ ଆଶଙ୍କା ଅଛି । କରୋନା ସଂକ୍ରମଣର ମୁକାବିଲାରେ ଦଳମତ ନିର୍ବିଶେଷରେ ଆମେ ସମସ୍ତେ ରାଜ୍ୟ ସରକାରଙ୍କୁ ସହଯୋଗର ହାତ ବଢାଇଛୁ । ଆଶା କରୁଛୁ ଯେ, ଆପଣ ସରକାରର ମୁଖ୍ୟ ଭାବରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନ, ଦୁର୍ବିପାକ ସହ ଲଢିବାର ଅଭିଜ୍ଞ ବ୍ୟକ୍ତିମାନଙ୍କ ସହ ଚର୍ଚ୍ଚା ଆଲୋଚନା କରି ଏହି ଅଭିଯାନକୁ ଏକ ସଫଳତାର ଦିଗରେ ଆଗକୁ ନେବାକୁ ଉଦ୍ୟମ କରିବେ । ଆଗାମୀ ଦିନରେ କିଛି ନିର୍ଦ୍ଦିଷ୍ଟ ପଦକ୍ଷେପ ପାଇଁ ଆପଣଙ୍କୁ କଂଗ୍ରେସ ଦଳ ତରଫରୁ ଅନୁରୋଧ କରୁଛି, ଯାହା ସଂକ୍ରମଣ ପ୍ରତିହତ କରିବାରେ ନିଶ୍ଚୟ ସହାୟକ ହେବ ।

୧. ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜଣେ ବ୍ୟକ୍ତି ଯିଏ ସରକାରୀ କୋଭିଡ୍ ଡାକ୍ତରଖାନାରେ ଚିକିତ୍ସିତ ହେବାକୁ ଚାହୁଁ ନାହିଁ, ତା’ ପାଇଁ ବି ବ୍ୟବସ୍ଥା ରହିବା ଆବଶ୍ୟକ । ତା’ର ଚିକିତ୍ସା ପ୍ରାପ୍ତ ହେବାର ଅଧିକାରକୁ ସୁରକ୍ଷା ଦିଆଯାଉ । ପ୍ରତି ବେସରକାରୀ ଓ କର୍ପୋରେଟ୍ ଡାକ୍ତରଖାନା ମାନଙ୍କର ୨୦ ପ୍ରତିଶତ ବେଡ, ପଇସା ଖର୍ଚ୍ଚ କରି ଭଲ ପରିବେଶରେ ଚିକିତ୍ସିତ ହେବାକୁ ଚାହୁଁଥିବା ବ୍ୟକ୍ତିମାନଙ୍କ ପାଇଁ ରଖାଯାଉ । ଏଠାରେ ଚିକିତ୍ସାର ଗୁଣାତ୍ମକ ଦିଗଟି ସରକାରଙ୍କ ତତ୍ତ୍ଵାବଧାନରେ ହେଉ, କିନ୍ତୁ ପାଇଥିବା ସୁବିଧା ବଦଳରେ ରୋଗୀର ପରିବାର ଅର୍ଥ ଖର୍ଚ୍ଚ କରି ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବାର ସୁଯୋଗ ପାଉ ।
୨. ସ୍ୱାସ୍ଥ୍ୟକର୍ମୀମାନଙ୍କ ଦ୍ୱାରା ରାଜ୍ୟ ସାରା ଗୃହ ସର୍ବେକ୍ଷଣ କରାଯାଇ ପ୍ରତି ଘରେ ବା ବ୍ୟବସାୟ ପ୍ରତିଷ୍ଠାନ ମାନଙ୍କରେ ଥିବା ଆକ୍ରାନ୍ତଙ୍କୁ ଓ ସମାନ ଲକ୍ଷଣ ଦେଖାଯଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଉ ।୩. ରାଜ୍ୟର କୋଭିଡ୍ ହସ୍ପିଟାଲର ସଂଖ୍ୟା ବଢାଯାଇ ମେଡିକାଲ ଇକ୍ୟୁପ୍‌ମେଣ୍ଟ ତଥା ଜୀବନ ରକ୍ଷାକରୀ ଇକ୍ୟୁପ୍‌ମେଣ୍ଟ ଗୁଡିକ ଯଥେଷ୍ଟ ସଂଖ୍ୟାରେ ମହଜୁଦ୍ ରଖାଯାଉ । କରୋନା ଯୋଦ୍ଧାମାନଙ୍କୁ ସୁରକ୍ଷା କିଟ୍ ଦେବା ବାଧ୍ୟତାମୂଳକ କରାଯାଉ ।୪. ରାଜ୍ୟରେ ପ୍ରତିଦିନ ଟେଷ୍ଟିଂର ସଂଖ୍ୟା ଅନ୍ୟୁନ ୨୫୦୦୦ କରାଯାଉ । କଂଟାକ୍ଟ ଟ୍ରେସିଙ୍ଗ ଗୁରୁତ୍ୱର ସହ କରାଯାଉ ଓ ଟେଷ୍ଟିଂ କରାଯାଉ । ଏକାଧିକ ସଂକ୍ରମଣ ଦେଖାଯାଇଥିବା ଅଞ୍ଚଳରେ ଏକ ନିର୍ଦ୍ଧିଷ୍ଟ ବ୍ୟାସାର୍ଦ୍ଧ ପରିମିିତ ଅଞ୍ଚଳରେ ଶହେ ପ୍ରତିଶତ ବ୍ୟକ୍ତିଙ୍କୁ ଟେଷ୍ଟ କରାଯାଉ । ସଂଗରୋଧ କେନ୍ଦ୍ର ଓ କୋଭିଡ୍ ହସ୍ପିଟାଲରୁ ଛାଡିବା ପୂର୍ବରୁ ସେମାନଙ୍କର ଟେଷ୍ଟ ବାଧ୍ୟତାମୂଳକ କରାଯାଉ । ଅନ୍ୟ ରାଜ୍ୟ ମାନଙ୍କରେ ଘରୋଇ ହସ୍ପିଟାଲମାନେ ସଂକ୍ରମିତ ରୋଗୀମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଦେବା ଆରମ୍ଭ କରିଛନ୍ତି କିନ୍ତୁ ଓଡିଶାରେ ହୋଇନାହିଁ । ଏଣୁ ଏହି ବିଷୟରେ ଗୁରୁତ୍ୱର ସହ ବିଚାର କରିବାକୁ ଅନୁରୋଧ । ସର୍ବୋପରି ଏହି ଭୟଙ୍କର ସଂକ୍ରମଣରୁ ରାଜ୍ୟକୁ ରକ୍ଷାକରିବା ପାଇଁ ସରକାର ଖୋଲା ହୃଦୟରେ ବିଭିନ୍ନ ରାଜନୈତିକ ଦଳ ସହ ଆଲୋଚନା କରି ଆଗକୁ ନିଷ୍ପକ୍ସି ନିଅନ୍ତୁ ଏବଂ ଏହାର ପରିଚାଳନା ମୁଷ୍ଟିମେୟ ଅଧିକାରୀଙ୍କ ହାତରେ ଛାଡିନଦେବାକୁ ଆପଣଙ୍କୁ ଅନୁରୋଧ କରୁଛୁ ।

ଧନ୍ୟବାଦ ସହ ।

ଆପଣଙ୍କର ବିଶ୍ୱସ୍ତ,

ନିରଞ୍ଜନ ପଟ୍ଟନାୟକ,ସଭାପତି,ଓଡିଶା ପ୍ରଦେଶ କଂଗ୍ରେସ କମିଟି

ପ୍ରାପ୍ତେଷୁ:

ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡିଶା

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY