ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ର ମନ୍ତ୍ରୀ, ଓଡ଼ିଶାର ଜଣେ ପ୍ରଭାବଶାଳୀ ଜନନେତା ତଥା ବରିଷ୍ଠ ରାଜନୀତିଜ୍ଞ ଶ୍ରୀ କାହ୍ନୁଚରଣ ଲେଙ୍କାଙ୍କ ୮୬ ବର୍ଷ ବୟସରେ ପରଲୋକ ଘଟିଛି । ଏକ ସାଧାରଣ ପରିବାରରୁ ଆସି ଜାତୀୟ ରାଜନୀତିରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଶ୍ରୀ ଲେଙ୍କା ସର୍ବଦା ଜନସେବା ଓ ଗରିବ କଲ୍ୟାଣ ପାଇଁ ନିୟୋଜିତ ଥିଲେ । ଶ୍ରୀ କାହ୍ନୁଚରଣ ଲେଙ୍କାଙ୍କ ବିୟୋଗରେ ଓଡ଼ିଶା ଜଣେ ଅନୁଭବୀ ନେତା ଓ ମାର୍ଗଦର୍ଶକଙ୍କୁ ହରାଇଲା । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଲେଙ୍କାଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର, ସମର୍ଥକ ଓ ଶୁଭାକାଂକ୍ଷୀମାନଙ୍କ ପ୍ରତି ଶ୍ରୀ ସାମଲ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।