ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ପତ୍ର ପ୍ରଦାନ କରିବା ସହ ଆବଶ୍ୟକ ସ୍ୱାସ୍ଥ୍ୟସେବା ଚାହୁଁଥିବା ୪.୫ କୋଟି ଓଡ଼ିଆଙ୍କ ସମେତ ବାହାରେ କାମ କରୁଥିବା ୧ କୋଟି ପ୍ରବାସୀ ଓଡ଼ିଆ ଲୋକଙ୍କ ବୃହତ ହିତ ଦୃଷ୍ଟିରୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ପାଇଁ ସାଂସଦଗଣ ଦାବୀ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀ ମଧ୍ୟରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନିତିଶ ଗଙ୍ଗଦେବ, ଅପରାଜିତା ଷଡଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଦିଆଯାଇଥିବା ଦାବୀ ପତ୍ରରେ ଉଲ୍ଲେଖ ରହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ । ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିତ୍ସା ସେବାର ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୨୦.୮୭ କୋଟି ପରିବାର ତଥା ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି । ଦେଶରେ ପ୍ରାୟ ୨୬,୨୬୭ ତାଲିକାଭୁକ୍ତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ (ଇଏଚସିପି)ର ନେଟଓ୍ୱାର୍କ ମାଧ୍ୟମରେ ୪୮,୯୩୪ କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବା ପ୍ରଦାନ କରାଯାଇଛି, ଯାହା ଏହି ଯୋଜନାର ସଫଳ କାର୍ଯ୍ୟକାରିତାକୁ ଦର୍ଶାଉଛି । ଲୋକଙ୍କ କଲ୍ୟାଣ ପାଇଁ ଦେଶର ପ୍ରାୟ ସମସ୍ତ ରାଜ୍ୟ ଗୁଡ଼ିକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି କେନ୍ଦ୍ର ସରକାରଙ୍କ ଏହି ସ୍ୱାସ୍ଥ୍ୟ ଯୋଜନାକୁ କାର୍ଯ୍ୟକାରୀ କରୁଥିବା ବେଳେ ଓଡ଼ିଶା ଭଳି ଅଳ୍ପ କିଛି ରାଜ୍ୟ ସର୍ବଭାରତୀୟ ସ୍ୱାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା କାରଣରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି, ଯାହା ରାଜ୍ୟ ଏବଂ ରାଜ୍ୟ ବାହାରେ ବସବାସ କରୁଥିବା ଓଡିଆ ଲୋକଙ୍କ ପାଇଁ ଏକ ଅଭିଶାପ ସାବ୍ୟସ୍ତ ହୋଇଛି । ୨୦୧୯-୨୦ ଆର୍ଥିକ ବର୍ଷରେ ସାମଗ୍ରିକ ସ୍ୱାସ୍ଥ୍ୟାବସ୍ଥା ପ୍ରଦର୍ଶନ ତୁଳନାରେ ୧୯ଟି ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ୧୪ତମ ସ୍ଥାନରେ ଥିଲା, ଯାହା ପଡୋଶୀ ଝାଡଖଣ୍ଡ ଏବଂ ଛତିଶଗଡ ରାଜ୍ୟ ଠାରୁ ମଧ୍ୟ କମ୍ । ୨୦୧୪ ପର ଠାରୁ ନବଜାତ ମୃତ୍ୟୁହାର, ୫ ବର୍ଷରୁ କମ୍ ମୃତ୍ୟୁ ହାର, ଶିଶୁ, କିଶୋର,ମହିଳାଙ୍କ ମଧ୍ୟରେ ରକ୍ତହୀନତାରେ ଓଡ଼ିଶାର ପ୍ରଦର୍ଶନ ନୈରାଶଜନକ । ଏହାବ୍ୟତିତ ଓଡ଼ିଶାରେ ମେଡିକାଲ ପାଇଁ ଉଯୁପକ୍ତ ସମ୍ବଳ ନଥିବାରୁ ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟାବସ୍ଥା ନାହିଁ । ଗାଁରେ ଦୁର୍ବଳ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି, ମେଡିକାଲ ଏବଂ ପାରାମେଡିକ କର୍ମଚାରୀଙ୍କ ମଧ୍ୟରେ ଦୂରତା ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଏକ ପ୍ରମୁଖ ଆହ୍ୱାନ । ଗ୍ରାମୀଣ ସ୍ୱାସ୍ଥ୍ୟ ପରିସଂଖ୍ୟାନ ୨୦୨୧ ଅନୁସାରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ପଦବୀ ୩୧ ପ୍ରତିଶତ ଖାଲି ପଡିଛି । ରାଜ୍ୟରେ ଚିକିତ୍ସା କର୍ମଚାରୀ ଏବଂ ପ୍ରଶାସନିକ ପଦବୀରେ କାର୍ଯ୍ୟରତ ଲୋକଙ୍କ ସଂଖ୍ୟା ମଧ୍ୟ ବହୁତ କମ୍ ଅଛି । ଦେଶରେ ମୁଣ୍ଡ ପିଛା ଡାକ୍ତର ଏବଂ ହସ୍ପିଟାଲ ମଧ୍ୟ ଓଡ଼ିଶାରେ ବହୁତ କମ୍ ରହିଛି । ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନାରେ ସ୍ୱାସ୍ଥାସେବା ମିଳିବା ଅଳ୍ପ କିଛିରେ ସୀମିତ ଅଛି । ରାଜ୍ୟ ସ୍ୱାସ୍ଥ୍ୟ ବୀମା ଯୋଜନା ଥିବା ସତ୍ତ୍ୱେ ମଧ୍ୟ ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ହିତାଧିକାରୀମାନେ ଅନିଚ୍ଛା ପ୍ରକାଶ କରୁଛନ୍ତି ।ରାଜ୍ୟରେ ଥିବା ଚିକିତ୍ସା ସୁବିଧା ଓଡ଼ିଶାର ସାଢେ ଚାରି କୋଟି ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବାରେ ଅସମର୍ଥ । କଟକରେ ସରକାରୀ ଏମସିଏଚ୍ ସହ ଭୁବନେଶ୍ୱର ଓ କଟକ ଟ୍ୱିନ ସିଟିରେ ଥିବା କିଛି ହସ୍ପିଟାଲ ବ୍ୟତିତ ଅଧିକାଂଶ ଓଡ଼ିଆ ଲୋକମାନେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ କୋଲକାତା, ଭେଲ୍ଲୋର, ମୁମ୍ବାଇ, ଭାଇଜାଗ ଓ ଦିଲ୍ଲୀ ଯାଉଛନ୍ତି । ସେହିପରି ଓଡ଼ିଶାରୁ ୩୩.୪୫ ପ୍ରତିଶତ ପରିବାର କାମ ଅନ୍ୱେଷଣରେ ବାହାର ରାଜ୍ୟକୁ ଯାଉଛନ୍ତି । ଓଡ଼ିଶାର ପ୍ରାୟ ୧ କୋଟି ଲୋକମାନେ ଜୀବନଜୀବିକା ପାଇଁ ବାହାରେ କାମ କରୁଥିବା ଆକଳନ କରାଯାଇଛି । ଏହି ପ୍ରବାସୀ ଓଡ଼ିଆ ଲୋକମାନେ ନିଜ ଆୟର ୩୩ ପ୍ରତିଶତ ଖର୍ଚ୍ଚ ନିଜ ପରିବାରର ଚିକିତ୍ସା ପାଇଁ ଖର୍ଚ୍ଚ କରନ୍ତି । ଆୟୁଷ୍ମାନ ଭାରତ ଯୋଜନା କ୍ରିୟାନ୍ୱୟନ ନ ହେବା କାରଣରୁ ଅଧିକାଂଶ ପ୍ରବାସୀ ଓଡ଼ିଆ ଲୋକମାନେ ସ୍ୱାସ୍ଥ୍ୟବୀମାର ଲାଭ ନେବାରୁ ବଞ୍ଚିତ ହେଉଛନ୍ତି । ସମସ୍ତଙ୍କୁ ସେବା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ଭାରତ ସରକାର ନିକଟରେ ଘୋଷଣା କରିଛନ୍ତି ଯେ, ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟବୀମା ଯୋଜନା ସମେତ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ କରିପାରିବେ । ଆୟୁଷ୍ମାନ ଭାରତର ସଂଶୋଧିତ ବ୍ୟବସ୍ଥା ଅନୁସାରେ ହିତାଧିକାରୀମାନେ ଆୟୁଷ୍ମାନ ଭାରତର କାର୍ଡକୁ ଆୟୁଷ୍ମାନ ଭାରତ ଏବଂ ରାଜ୍ୟ ଯୋଜନାରେ ବି ବ୍ୟବହାର କରିପାରିବେ । କାର୍ଯ୍ୟକାରୀ ଯୋଜନା ଅନ୍ତର୍ଗତ ଯଦି ରାଜ୍ୟ ସରକାରମାନେ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ସୁବିଧା ପ୍ରଦାନ କରିବା ପାଇଁ ଚାହାନ୍ତି ତେବେ କେନ୍ଦ୍ର ସରକାର ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହଯୋଗ ପ୍ରଦାନ କରିବେ । ଯଦି ୨୦୧୧ ସାମାଜିକ, ଆର୍ଥିକ ଓ ଜାତିଭିତିକ ଗଣନା ବ୍ୟତିତ ଅତିରିକ୍ତ ହିତାଧିକାରୀ ଅଛନ୍ତି, ସେମାନେ ମଧ୍ୟ ଏହି କାର୍ଡର ଉପଯୋଗ କରିପାରିବେ । ଭାରତ ସରକାର ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା ଅନୁସାରେ ଚୟନ ହୋଇଥିବା ହିତାଧିକାରୀଙ୍କୁ ପ୍ରଦାନ କରାଯିବା ପାଇଁ ଥିବା କାର୍ଡ ପାଇଁ ଆର୍ଥିକ ସହାୟତା କେନ୍ଦ୍ର ସରକାର ପ୍ରଦାନ କରିବେ । ଏହାବ୍ୟତିତ ଗଣନା ବାହାରେ କେନ୍ଦ୍ର ଦ୍ୱାରା ଯୋଗ୍ୟ ବିବେଚିତ ହୋଇଥିବା ଥିବା ହିତାଧିକାରୀ ମଧ୍ୟ ଏହି ଯୋଜନାର ଲାଭ ପାଇପାରିବେ । ଦେଶର ୨୦ଟି ରାଜ୍ୟରେ ଆୟୁଷ୍ମାନ ଯୋଜନା ସମେତ ରାଜ୍ୟର ନିଜସ୍ୱ ଯୋଜନା ସମାନ୍ତରାଳ ଭାବେ କାର୍ଯ୍ୟକାରୀ ହେଉଛି । ଏହା ଦ୍ୱାରା ଏସଇସିସି ପରିଧି ବାହାରେ ଥିବା ଲୋକମାନେ ସ୍ୱାସ୍ଥ୍ୟବୀମାର ଲାଭ ପାଇପାରିବା ସହ ୫ ଲକ୍ଷରୁ ଅଧିକ ଆର୍ଥିକ ସହାୟତା ପାଇଛନ୍ତି । ଏହି ସବୁ ବ୍ୟବସ୍ଥା ସତ୍ତ୍ୱେ ରାଜନୈତିକ ଅଭିସନ୍ଧି କାରଣରୁ ଓଡ଼ିଶା ସରକାର ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ଇଚ୍ଛାପ୍ରକାଶ କରୁନାହାନ୍ତି, ଯାହା ଓଡ଼ିଆ ଲୋକଙ୍କ ପାଇଁ ବଡ ଚିନ୍ତାର ବିଷୟ ବୋଲି ସାଂସଦମାନେ ପତ୍ରରେ ଉଲ୍ଲେଖ କରିଛନ୍ତି ।  

5 thoughts on “ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ”

  1. Das Team war stets freundlich, kompetent und konnte alle meine Anliegen schnell und zufriedenstellend lösen. Wenn ich auf sports betting Mostbet setze, bleibe ich bei einigen einfachen, aber effektiven Regeln, die mir selbst geholfen haben. Besonders die Live-Wetten und
    die Vielfalt an Spezialwetten machen Mostbet für
    mich zu einer der besten Adressen für Online-Wetten. Die Plattform ist zuverlässig, bietet eine große
    Auswahl und attraktive Quoten. Insgesamt bin ich mit dem Sportwettenangebot von Mostbet sehr zufrieden.
    Banküberweisungen erfordern längere Bearbeitungszeiten, bieten dafür maximale Sicherheit bei größeren Beträgen. Giropay, Banküberweisungen und Paysafecard runden das Spektrum ab und garantieren schnelle Verarbeitung sowie hohe Sicherheitsstandards.

    Visa und Mastercard bilden das Fundament klassischer Transaktionen, während moderne E-Wallets wie PayPal, Skrill und Neteller zusätzliche Flexibilität bieten. Die Gemeinsame Glücksspielbehörde der Länder kontrolliert seit
    2021 den deutschen Online-Glücksspielmarkt durch einheitliche Lizenzierungsverfahren.
    Wenn es um Online-Wetten und Glücksspiele geht, ist es wichtig zu verstehen, was Cashback bedeutet und wie
    man echte Gewinne erzielen kann. Egal, ob Sie in der
    Türkei, in Ghana, in Bangladesh oder in anderen Ländern sind,
    Mostbet bietet Ihnen einen einfachen Zugang zu allen Funktionen und Spielen. Diese
    Spiele bieten Ihnen die Möglichkeit, echtes Geld zu gewinnen und den Nervenkitzel des Glücksspiels zu erleben.

    References:
    https://online-spielhallen.de/beep-beep-casino-cashback-ihre-ruckerstattung-verstehen/

  2. From welcome bonuses to cashback and free spins, there’s something for every player.
    The SkyCrown casino mobile app boasts a sleek, user-friendly design inspired by the desktop version. Getting
    started with the SkyCrown casino online app is quick and hassle-free.
    Just use the sky crown casino online login and start playing
    instantly on any device. The mobile experience is smooth, and support actually responds
    when you need help.
    With 24/7 support, secure payment options, and a fully optimized mobile app, Skycrown Casino
    is your go-to destination for a truly premium online casino
    experience. Download the Sky Crown casino app today and experience the thrill of real money games right from your mobile device.
    The SkyCrown casino mobile app offers a variety of promotions
    to enhance your gaming experience. With 7,000+ games, including pokies,
    table games, and live dealers, players have endless entertainment options.

    References:
    https://blackcoin.co/what-is-a-high-roller-best-high-roller-online-casinos/

  3. The casino has over 3,000 titles, covering pokies, table games, live dealer experiences,
    and blockchain-based titles. For players who enjoy trying
    new slots and are comfortable spreading their sessions
    over several days, these offers can stretch a bankroll meaningfully, especially when combined with free spins.
    21Bit Casino operates under a Curaçao eGaming licence
    held by Dama N.V., which allows it to offer online casino services to many international markets, including players who
    access the site from Australia. Many of the slots come from studios that are already well known in the crypto segment, so volatility, hit
    frequency and maximum wins follow patterns experienced players recognise.
    For Australian players who already use cryptocurrency, the combination of licence, payments and mobile access makes the brand a
    pragmatic option rather than a flashy experiment.
    Coupled with that is the strong focus on crypto, which opens the
    door for anonymous play and quick transactions, a big plus for many modern punters.
    It really depends on what you value most in an online casino.
    Part of this seed is revealed to you, the player, after the round.
    One of the most talked-about aspects of 21bit Casino’s banking
    is its withdrawal limits, which often operate on a ‘two times your deposit’ cap.

    References:
    https://blackcoin.co/bet365-casino-review-november-2025/

Leave a Reply

Your email address will not be published. Required fields are marked *