ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ସିଏନ୍‌ଜି ଷ୍ଟେସନ ଉତ୍ସର୍ଗୀକୃତ

ଚୀନ ଏବଂ ଆମେରିକା ପରେ ଭାରତ ତୃତୀୟ ସର୍ବବୃହତ ଉର୍ଜା ଉପଭୋକ୍ତା ରାଷ୍ଟ୍ର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this:

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତିଭୂମି ନିର୍ମାଣଦିଗରେ ଭାରତ ଅଗ୍ରସର ବୋଲି ଗୁରୁବାର ଦିନ ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ଟି ସିଏନଜି ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଲୋକାର୍ପିତ ସିଏନଜି ଷ୍ଟେସନ ଭାରତର ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ ଦିଗରେ ଥିବା ପ୍ରଚେଷ୍ଟାକୁ ସଶକ୍ତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଳବାୟୁ ନ୍ୟାୟକୁ ନିଶ୍ଚିତ କରିବା ଓ ସମସ୍ତଙ୍କ ପାଇଁ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇଦେବା ପାଇଁ ଦୃଢ ନିଶ୍ଚିତ । ଗୁରୁବାର ଦିନ ରାଷ୍ଟ୍ର ଉଦ୍ଦେଶ୍ୟରେ ଅନେକ ସିଏନଜି ଷ୍ଟେସନ ଲୋକାର୍ପିତ କରାଯାଇଛି । ସେ କହିଛନ୍ତି ଆଗାମୀ ଦିନରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ପରିଣତ କରାଯିବା ପାଇଁ ଚେଷ୍ଟା କରାଯାଉଛି । ଦେଶର ୫ କୋଟି ଘରକୁ ପାଇପ ଯୋଗେ୍ ପ୍ରାକୃତିକ ଗ୍ୟାସ ପହଁଚାଇବାର ଲକ୍ଷ୍ୟ ରଖାଯାଇଛି । ସେହିପରି ସ୍ୱର୍ଣ୍ଣ ଚତୁର୍ଭୁଜରେ ୧୦୦ ଏଲ୍‌ଏନ୍‌ଜି ଷ୍ଟେସନ ପ୍ରତିଷ୍ଠା କରିବାକୁ ହୋଇଥିବା ଯୋଜନା ସ୍ୱଚ୍ଛ ଇନ୍ଧନ ବ୍ୟବହାରରେ ନୂଆ ମାପଦଣ୍ଡ ଆଣିବ । ଏହାସହ ସାରା ଦେଶରେ ୫୦୦୦ କମ୍ପ୍ରେସଡ୍ ବାୟୋ ଗ୍ୟାସ ପ୍ଲାଂଟ୍ ପ୍ରତିଷ୍ଠା କରିବା ଦିଗରେ ଭାରତ ସରକାର ଅଗ୍ରସର ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।  ଭାରତ ସରକାର ପ୍ରାକୃତିକ ଗ୍ୟାସକୁ ପ୍ରୋତ୍ସାହନ ଦେବା ଦିଗରେ କାମ କରୁଛନ୍ତି । ୨୦୩୦ ସୁଦ୍ଧା ପ୍ରାକୃତିକ ଗ୍ୟାସର ସେୟାରକୁ ବର୍ତମାନର ୬.୩ ପ୍ରତିଶତରୁ ୧୫ ପ୍ରତିଶତ କରାଯିବାର ଲକ୍ଷ୍ୟ ରଖାଯାଇଛି । ବର୍ତମାନ ଦେଶରେ ପ୍ରାୟ ୧୭ ହଜାର କିମି ଲମ୍ବ ଗ୍ୟାସ ପାଇପଲାଇନର ନିର୍ମାଣ କାମ ଚାଲୁଅଛି । ପରିବେଶ ସହଯୋଗୀ ଇନ୍ଧନ ଉପଲବ୍ଧ କରିବା ପାଇଁ ସିଜିଡି ନେଟୱାର୍କର ସଂପ୍ରସାରଣ କରାଯାଉଛି । ଘର, ଶିଳ୍ପ ଏବଂ ବାଣିଜ୍ୟିକ କେନ୍ଦ୍ର ଏବଂ ସିଏନଜି ପରିବହନ କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ ଯୋଗାଯାଉଛି । କମ୍ପ୍ରେସଡ୍ ବାୟୋ-ଗ୍ୟାସ(ସିବିଜି) ଏବଂ ଜୈବଖତ ଉତ୍ପାଦନ କରି ଉଦ୍ୟମୀ ମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଶ୍ରୀ ପ୍ରଧାନ କହିଛନ୍ତି ଚୀନ ଏବଂ ଆମେରିକା ପରେ ଦ୍ୱିତୀୟ ବୃହତମ ଜନସଂଖ୍ୟା ଆଧାରରେ ଭାରତ ତୃତୀୟ ସର୍ବବୃହତ ଉର୍ଜା ଉପଭୋକ୍ତା ରାଷ୍ଟ୍ର । ବିଶ୍ୱରେ ଅଧିକ ଉର୍ଜା ବ୍ୟବହାର କରିଥିବା କ୍ଷେତ୍ରରେ ଭାରତରେ ଉର୍ଜା ଉପଭୋକ୍ତା ଏବଂ ଉର୍ଜା ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଦେଶର ପ୍ରଦୂଷଣକୁ ହ୍ରାସ କରିବା ଦିଗରେ ଦେଶର ପ୍ରଧାନମନ୍ତ୍ରୀ କାର୍ଯ୍ୟ କରୁଛନ୍ତି । ଉର୍ଜା ବ୍ୟବସାୟରେ ନୂଆ ନିବେଶକଙ୍କ ପାଇଁ ନୀତି ସଂସ୍କାର ଅଣାଯାଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ମାର୍କେଟିଂ କମ୍ପାନୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କାମ କରିବା ପାଇଁ ଆହ୍ୱାନ କରିଛନ୍ତି । ଏହା ଦ୍ୱାରା ଉର୍ଜା କ୍ଷେତ୍ରରେ ଅଧିକ ପ୍ରତିଯୋଗିତା ବଢିବ ଏବଂ ଉପଭୋକ୍ତାଙ୍କ ପାଇଁ ସଠିକ୍ ମୂଲ୍ୟ ନିର୍ଣ୍ଣୟ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

  • Share this:ଭୁବନେଶ୍ୱର: “ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା – ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ...
  • Share this:New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020....
  • Share this: ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ...
  • Share this:ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛି । ଦୀର୍ଘ ୨୦ ବର୍ଷ ଶାସନରେ ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇ ପାରୁନଥିବା ଶାସକ ଦଳ ଏବେ...
  • Share this:ବିହାର/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାରର ବିକାଶ ଏବଂ ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରୁଥିବା ବେଳେ ବିହାରବାସୀ ଏହି ନିର୍ବାଚନରେ ପୁଣି ଥରେ ମୋଦି-ନୀତିଶଙ୍କ ଡବଲ ଇଞ୍ଜିନ ସରକାରକୁ ନିଶ୍ଚିତ...

RELATED BY