ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଭିନନ୍ଦନ

ଭୁବନେଶ୍ୱର : ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି ।

ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, “କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ ନିମନ୍ତେ ନୂତନ କୁଳପତି ନିଯୁକ୍ତି କରିଥିବାରୁ ମହାମହିମ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍‌ପାଟିଙ୍କୁ ଧନ୍ୟବାଦ ଜଣାଉଛି । ଏହି ନିଷ୍ପତ୍ତି ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥା ପାଇଁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ । ସମସ୍ତ ନବନିଯୁକ୍ତ କୁଳପତିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । କୁଳପତିମାନଙ୍କର ଅନୁଭବ, ଅଭିଜ୍ଞତା, ଦୂରଦର୍ଶିତା, ଦକ୍ଷତା ଓ ମାର୍ଗଦର୍ଶନରେ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷା କ୍ଷେତ୍ରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ ବୋଲି ମୋର ବିଶ୍ୱାସ। ଆପଣମାନଙ୍କ ସଫଳ କାର୍ଯ୍ୟକାଳ ଓ ବିଦ୍ୟାର୍ଥୀମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତର କାମନା କରୁଛି ।