କଂଗ୍ରେସରେ ମିଶିଲେ ବିଜେଡ଼ି ଓ ବିଜେପିର କର୍ମୀ

ଖୋର୍ଦ୍ଧା ଜିଲ୍ଳାର

Share this:

ଭୁବନେଶ୍ୱର :  ଶନିବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନାଙ୍କ ଉପସ୍ଥିତିରେ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟଙ୍କ ଅତୁଳନୀୟ ସମାଜ ସେବା ତଥା ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ସଂଗ୍ରାମ ପ୍ରତି ଆକର୍ଷିତ ହୋଇ ଏବଂ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଅଖିଳ ଭାରତ କଂଗ୍ରେସ କମିଟିର ପୂର୍ବତନ ଅଧ୍ୟକ୍ଷ  ରାହୁଲ ଗାନ୍ଧୀ ଏବଂ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷା  ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ନେତୃତ୍ୱକୁ ସମ୍ମାନ ଜଣାଇ ଖୋର୍ଦ୍ଧା, ବାଲିଅନ୍ତା, ବାଲିପାଟଣା ଏବଂ ଜଟଣୀ ନିର୍ବାଚନ ମଣ୍ଡଳୀର ବିଜେଡ଼ି ଓ ବିଜେପିର ବହୁ ନେତା ଓ କର୍ମୀ କଂଗ୍ରେସ ଦଳରେ ଆନୁଷ୍ଠାନିକ ଭାବେ ଦେଇଛନ୍ତି । ଏଥିରେ ଥିବା ନେତୃସ୍ଥାନୀୟ ବ୍ୟକ୍ତିମାନେ ହେଲେ ଉମାକାନ୍ତ ମହାପାତ୍ର,ବିଷ୍ଣୁ ଚରଣ ଛୋଟରା, ସୁଧାକର ସାହୁ, ସୁନିଲ୍ କୁମାର ଘଡେଇ, ପରମାନନ୍ଦ ବେହେରା, ବନବିହାରୀ ସାହୁ, ବଳରାମ ସାହୁ, ବିରେନ୍ଦ୍ର ସିଂ, ସୌମ୍ୟ ହରିଚନ୍ଦନ, ସୋମନାଥ ଷଡ଼ଙ୍ଗୀ, ନରହରି ଦଲେଇ, ସୁମନ୍ତ ସେଠୀ, ଶ୍ରୀକାନ୍ତ ପଣ୍ଡା, ରମାକାନ୍ତ ଭୋଇ, କୁଳମଣି ପ୍ରମୁଖ । ଏମାନଙ୍କର ଯୋଗଦାନ ଖୋର୍ଦ୍ଧା ଜିଲ୍ଲାରେ କଂଗ୍ରେସ ସଂଗଠନକୁ ମଜବୁତ କରିବ ବୋଲି ଶ୍ରୀ ରାଉତରାୟ ତାଙ୍କ ବକ୍ତ୍ୟବରେ କହିଛନ୍ତି । ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ଜେନା ଯୋଗଦେଇଥିବା ନେତୃବୃନ୍ଦଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଜଟଣୀ ମ୍ୟୁନିସିପାଲିଟର ପୂର୍ବତନ ଅଧ୍ୟକ୍ଷ ସଂଗ୍ରାମ କେଶରୀ ରାଉତରାୟ, ମନମ୍ମଥ ରାଉତରାୟ, ପ୍ରକାଶ ଜେନା ଓ କଳିଙ୍ଗ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

 

  • Share this:ଭୁବନେଶ୍ୱର: “ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା – ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ...
  • Share this:New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020....
  • Share this: ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ...
  • Share this:ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛି । ଦୀର୍ଘ ୨୦ ବର୍ଷ ଶାସନରେ ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇ ପାରୁନଥିବା ଶାସକ ଦଳ ଏବେ...
  • Share this:ବିହାର/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାରର ବିକାଶ ଏବଂ ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରୁଥିବା ବେଳେ ବିହାରବାସୀ ଏହି ନିର୍ବାଚନରେ ପୁଣି ଥରେ ମୋଦି-ନୀତିଶଙ୍କ ଡବଲ ଇଞ୍ଜିନ ସରକାରକୁ ନିଶ୍ଚିତ...

RELATED BY