ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ – ମୁଖ୍ୟମନ୍ତ୍ରୀ

ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Share this:

ଭୁବନେଶ୍ୱର : ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୋମବାର ଦିନ ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି । ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା । ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ବ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ କୋଭିଡ ନିୟମାବଳୀ ପାଳନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ବାଲେଶ୍ବରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ Land Entitlement Certificate ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ LEC ପ୍ରଦାନ କରାଯାଇଛି । ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ LEC ପାଇବେ । ସୂଚନାଯୋଗ୍ୟ ଯେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ Land Entitlement Certificate ଦ୍ବାରା ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ମଧ୍ୟ ଲୋକାର୍ପଣ କରିଥିଲେ । ସୂଚନାଯୋଗ୍ୟ ଯେ ଆଉ ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର (Slum Upgradation Programme) ଶୁଭାରମ୍ଭ କରିଥିଲେ ଏବଂ ଏହାର SOP document ଉନ୍ମୋଚିତ କରିଥିଲେ । ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ Centre for Policy Research ମଧ୍ୟରେ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଏହି ସଂସ୍ଥା କାର୍ଯ୍ୟକ୍ରମର Knowledge partner ଭାବରେ ସହାୟତା ଯୋଗାଇ ଦେବ । ବାଲେଶ୍ବରର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି । ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ । ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ପାଇଁ ସେ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ଜାଗା ମିଶନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ୍‌ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

  • Share this:ଭୁବନେଶ୍ୱର: “ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା – ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ...
  • Share this:New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020....
  • Share this: ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ...
  • Share this:ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛି । ଦୀର୍ଘ ୨୦ ବର୍ଷ ଶାସନରେ ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇ ପାରୁନଥିବା ଶାସକ ଦଳ ଏବେ...
  • Share this:ବିହାର/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାରର ବିକାଶ ଏବଂ ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରୁଥିବା ବେଳେ ବିହାରବାସୀ ଏହି ନିର୍ବାଚନରେ ପୁଣି ଥରେ ମୋଦି-ନୀତିଶଙ୍କ ଡବଲ ଇଞ୍ଜିନ ସରକାରକୁ ନିଶ୍ଚିତ...

RELATED BY