ଶରତ କୁମାର କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି

Share this:

ଭୁବନେଶ୍ୱର : ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କୁମାର କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ପ୍ରତିଭାବାନ ରାଜନେତା ଏବଂ ଦକ୍ଷ ପ୍ରଶାସକ ଭାବରେ ବର୍ଣ୍ଣନା କରିଛନ୍ତି । ଓଡିଶା ବିଧାନସଭାର ବାଚସ୍ପତି ଭାବରେ ସେ ଦକ୍ଷତାର ସହ ଗୃହ ପରିଚାଳନା କରି ଏକ ଉତ୍ତମ ସଂସଦୀୟ ପରମ୍ପରା ପ୍ରତିଷ୍ଠା କରିଥିଲେ । ଓଡିଶା ସରକାରରେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ସମୟରେ ତାଙ୍କର ନେତୃତ୍ବ ଓ ପ୍ରଶାସନିକ ଅଭିଜ୍ଞତାର ପରାକାଷ୍ଠା ରଖିଯାଇଛନ୍ତି । ଜଣେ ସୁଲେଖକ, ସୁବକ୍ତା ଭାବରେ ସ୍ବର୍ଗତ କର ସମସ୍ତଙ୍କର ଆଦରଣୀୟ ଥିଲେ । ଓଡିଆ ସଂସ୍କୃତି ସଂପର୍କରେ ତାଙ୍କର ଗଭୀର ଜ୍ଞାନ ଥିଲା । ତାଙ୍କ ବିୟୋଗରେ ରାଜ୍ୟ ଜଣେ ବିଶିଷ୍ଟ ରାଜନୈତିଜ୍ଞଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

RELATED BY