ପୂର୍ବତନ ବାଚସ୍ପତି ଶରତ କୁମାର କରଙ୍କ ବିୟୋଗରେ ବିଜେପିର ଶୋକ

ଆତ୍ମାର ସଦଗତି କାମନା କରିଛନ୍ତି

Share this:

ଭୁବନେଶ୍ୱର: ବିଶିଷ୍ଟ ରାଜନୈତିଜ୍ଞ ତଥା ପୂର୍ବତନ ବାଚସ୍ପତି, ମନ୍ତ୍ରୀ ଓ ସାଂସଦ ଶରତ କୁମାର କରଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ କର ଜଣେ ଦକ୍ଷ ସଙ୍ଗଠକ ଏବଂ ଲୋକପ୍ରିୟ ଜନନେତା ଭାବେ ବେଶ ଜଣାଶୁଣା ଥିଲେ । ସବୁ ସମୟରେ ସେ ଲୋକଙ୍କ ସୁଖ ଦୁଃଖରେ ସାମିଲ ହେଉଥିଲେ ।  ରାଜନୀତି ବ୍ୟତୀତ ସାହିତ୍ୟିକ ଓ ସ୍ତମ୍ବକାର ଭାବେ ସେ ଅନେକ ପୁସ୍ତକ ରଚନା କରିଛନ୍ତି । ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ଅପୂରଣୀୟ କ୍ଷତି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ କରଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି  ।

RELATED BY