ବିଶ୍ୱକପ୍‌ ହକି ପାଇଁ କେରଳର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କଲେ

ଭୁବନେଶ୍ୱର:ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌-୨୦୨୩ ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୁକ୍ରବାର ଦିନ ତିରୁବନନ୍ତପୁରମ୍‌ଠାରେ ରାଜ୍ୟ ସଚିବାଳୟରେ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କୁ ସାକ୍ଷାତ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଆନୁଷ୍ଠାନିକ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି । ପ୍ରକାଶ ଥାଉକି ବିଶ୍ୱକପ୍‌ ପାଇଁ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଉଛି । ଏହି କ୍ରମରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଶୁକ୍ରବାର ଦିନ କେରଳର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି ଏବଂ ବିଶ୍ୱକପ୍‌ ହକି ପାଇଁ ଓଡ଼ିଶା ଆସିବା ନିମନ୍ତେ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *