ପିଛଲା ଭାବେ ୨୦୨୬ ଜାନୁଆରୀ’ରୁ ଲାଗୁ ହେବ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି ।
ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୨୦୨୬ ଜାନୁଆରୀ ପହିଲାରୁ ପିଚ୍ଛିଲା ଭାବରେ ଲାଗୁ ହେବ ।
ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନ ଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ ।
ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।