ସରକାର ଏସପିଙ୍କୁ ବହିଷ୍କାର କରିବା ସହ ପୀଡିତ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦିଅନ୍ତୁ

ପ୍ରଦୀପ୍ତ ନାଏକ

Share this:

ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି । ଲୋକଙ୍କ ସୁରକ୍ଷା ପାଇଁ ନିୟୋଜିତ ଥିବା ପୋଲିସ ଆଜି ହତ୍ୟାକାରୀ ପାଲଟିଛି । ପୁରୀ ହାଜତରେ ଜଣେ ଯୁବକଙ୍କୁ ପୋଲିସ ପିଟି ପଟି ହତ୍ୟା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ନିନ୍ଦନୀୟ । ଗତ ରାତିରେ ସଂପୃକ୍ତ ଯୁବକଙ୍କୁ ଘରୁ ପୋଲିସ ଉଠାଇ ଆଣିବା ପରେ ଗୁରୁବାର ଦିନ ତାଙ୍କର ମୃତ୍ୟୁ ହେବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । କେବଳ ସେତିକି ନୁହେଁ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର ନକରିବା ଏବଂ ଶବଦାହ କରିବା ବେଳେ ଦସ୍ତଖତ ବଦଳରେ ଟିପ ଚିହ୍ନ ଲଗାଇ ଘଟାଣକୁ ଚପାଇ ଦେବାର ଅପଚେଷ୍ଟା କରାଯାଇଛି ବୋଲି ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଅଭିଯୋଗ କରିଛନ୍ତି । ବିରୋଧୀ ଦଳ ନେତାଙ୍କ ନେତୃତ୍ୱରେ ବିଜେପି ବିଧାୟକ ପ୍ରତିନିଧୀ ଦଳ ପୁରୀ ଗସ୍ତ କରି ପୀଡିତ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଘଟଣାର ସରଜମିନ ତଦନ୍ତ କରିଛି । ଏହି ଘଟଣାରେ ପୋଲିସ ଦାୟୀ ବୋଲି ସ୍ପଷ୍ଟ ପ୍ରମାଣିତ ହୋଇଛି । ବିରୋଧୀ ଦଳ ନେତା ଶ୍ରୀ ନାଏକ ଆଜିର ଦିବସକୁ କଳା ଦିବସ ବୋଲି କହିବା ସହ ରାଜ୍ୟସରକାର ପୀଡିତ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦେବା ପାଇଁ ଦାବି କରିଛନ୍ତି । ଏହି ଘଟଣାରେ ସଂପୃକ୍ତ ପୋଲିସଙ୍କ ବିରୁଦ୍ଧରେ ୩୦୨ ଦଫା ଲଗାଇ ଗିରଫ କରାଯାଉ । ପୋଲିସର ଏପରି ଅମାନବୀୟ ଏବଂ ଦାୟୀତ୍ୱହୀନତା କାର୍ଯ୍ୟ ପାଇଁ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର କରିବା ପାଇଁ ଶ୍ରୀ ନାଏକ ଦାବି କରିଛନ୍ତି । ଏହି ପ୍ରତିନିଧୀ ଦଳରେ ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ମୁଖ୍ୟ ସଚେତକ ମୋହନ ମାଝୀ, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରୀ ବିଧାୟକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଉଦଳା ବିଧାୟକ ଭାସ୍କର ମଢେଇ, ସୁନ୍ଦରଗଡ ବିଧାୟିକା କୁସୁମ ଟେଟେଙ୍କ ସମେତ ବିଜେପି ବିଧାୟକ ପ୍ରମୁଖ ଉପସ୍ଥିତ ଥିଲେ ।

  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର :   ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି...
  • Share this:ଭୁବନେଶ୍ଵର:ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟ ଜଳ ସଂପଦ ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଅମର ଆତ୍ମାର ସଦଗତି...
  • Share this:ଭୁବନେଶ୍ଵର: କେନ୍ଦ୍ରରେ ବିଜେପି ନେତୃତ୍ୱରେ ଏନ୍‌.ଡି.ଏ. ସରକାର ଗଠନ ହେବା ପରଠାରୁ ଜନଗଣଙ୍କର ମୌଳିକ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ଅଧିକାର ଓ ସାମ୍ବିଧାନିକ ସଂସ୍ଥା ଗୁଡିକ ଉପରେ ନିର୍ମମ ଆକ୍ରମଣ ଆରମ୍ଭ ହୋଇଛି । ସରକାରଙ୍କ ଏକଛତ୍ରବାଦୀ ଆକ୍ରମଣକୁ...
  • Share this:ଭୁବନେଶ୍ଵର : ଗୁରୁବାର ଦିନ ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍‌ ସ୍ୱର୍ଗଦ୍ୱାରଠାରେ ଶବ ଦାହ...
  • Share this:ଭୁବନେଶ୍ଵର : ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା । ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ...

RELATED BY