୧୫ ତାରିଖରେ ରାଜଭବନ ଘେରାଉ କରିବ କଂଗ୍ରେସ

ଶୁକ୍ରବାର ଦିନ

Share this:

ଭୁବନେଶ୍ୱର:  କେନ୍ଦ୍ର ମୋଦି ସରକାର ପ୍ରଣୟନ କରିଥିବା ୩ ଗୋଟି କଳା କୃଷି ଆଇନ୍ ଯୋଗୁଁ ଦେଶର ୬୨ କୋଟି କୃଷକ ଜୀବନ ଜୀବିକା ପାଇଁ ସଂଘର୍ଷ କରୁଛନ୍ତି । ଏହି କଳା ଆଇନ୍‌ର ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ କୃଷକ ଦିଲ୍ଲୀ ସୀମାରେ ୫୦ ଦିନ ଧରି ଧାରଣା ଓ ବିକ୍ଷୋଭ ଜାରି ରଖିଛନ୍ତି । ପ୍ରବଳ ଥଣ୍ଡା, ଅଦିନିଆ ବର୍ଷା ଓ କୁଆପଥର ବୃଷ୍ଟି ଯୋଗୁଁ ପାଖାପାଖି ୬୦ ଜଣ କୃଷକ ମୃତ୍ୟୁବରଣ କଲେଣି । ତା ସତ୍ୱେ ନିଜ ଜିଦ୍‌ରେ ଅଟଳ କେନ୍ଦ୍ର ସରକାର ଭାରତର ଅନ୍ନଦାତାମାନଙ୍କର ଦୁର୍ଦ୍ଦଶା ପ୍ରତି କର୍ଣ୍ଣପାତ କରୁନାହାନ୍ତି । ଏ ମଧ୍ୟରେ ୮ ଥର ବିଭାଗୀୟ ମନ୍ତ୍ରୀମାନଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ଅନ୍ନଦାତାଙ୍କ ଦାବି ପ୍ରତି ସରକାର ତିଳେମାତ୍ର ଉଦାର ମନୋଭାବ ପୋଷଣ କରିନାହାନ୍ତି । ଏଭଳି ମୁହୁର୍ତରେ ସେହି ଅନ୍ନଦାତାମାନଙ୍କ ପଛରେ ଦୃଢ଼ ଭାବରେ ଛିଡା ହେବା ପାଇଁ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ନିଷ୍ପତି ନେଇଛନ୍ତି ଏବଂ ପ୍ରତ୍ୟେକ କଂଗ୍ରେସ କର୍ମୀ ଓ ନାଗରିକମାନଙ୍କର ଏହା ନୈତିକ କର୍ତବ୍ୟ ବୋଲି କହିଛନ୍ତି । ଏକ ପକ୍ଷରେ ଏହି କଳା ଆଇନ୍‌କୁ ପ୍ରତ୍ୟାହାର ଦାବିରେ ଅନ୍ନଦାତାମାନେ ଲଢ଼େଇ ଜାରି ରଖିଥିବା ବେଳେ ମଙ୍ଗଳବାର ଦିନ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ପ୍ରମୁଖ ଚାଷୀ ସଂଗଠନ ଗୁଡ଼ିକ ପ୍ରତ୍ୟାଖାନ କରିଛନ୍ତି ।  କେନ୍ଦ୍ର ସରକାର ବାରମ୍ବାର ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି କରି ଏବେ ସର୍ବକାଳୀନ ବୃଦ୍ଧିରେ ପହଞ୍ଚିଛନ୍ତି । ଯାହାକି ୭୩ ବର୍ଷ ଇତିହାସରେ ପ୍ରଥମ । ବିଗତ ୬ ବର୍ଷ ମଧ୍ୟରେ ମୋଦି ସରକାର ପେଟ୍ରୋଲ ଉପରେ ଶୁଳ୍କ ଲିଟର ପ୍ରତି ଟ.୯.୨୦ ପଇସା (ମଇ ୨୦୧୪) ରୁ ବୃଦ୍ଧି କରି ବର୍ତମାନ ଟ. ୩୨.୯୮ ପଇସାରେ ପହଞ୍ଚାଇଛନ୍ତି । ଯାହାକି ୨୫୮ ପ୍ରତିଶତ ଅଧିକ । ସେହିଭଳି ଡିଜେଲ ଉପରେ ଶୁଳ୍କ ଲିଟର ପ୍ରତି ଟ.୩.୪୬ ପଇସା (ମଇ ୨୦୧୪) ରୁ ବୃଦ୍ଧି କରି ବର୍ତମାନ ଟ. ୩୧.୮୩ ପଇସାରେ ପହଞ୍ଚାଇଛନ୍ତି । ଯାହାକି ୮୨୦ ପ୍ରତିଶତ ଅଧିକ ଅଟେ । ଯେତେବେଳେ ଅଶୋଧିତ ତୈଳର ଦର ବ୍ୟାରେଲ୍ ପିଛା ୧୧୦ ଡଲାର କମି ୫୦ ଡଲାର ରେ ପହଞ୍ଚିଅଛି ସେତେବେଳେ ଉପରୋକ୍ତ ଦର ବୃଦ୍ଧି ଯୋଗୁଁ ମୋଦି ସରକାର ୧୯ ଲକ୍ଷ କୋଟି ଟଙ୍କା ପେଟ୍ରୋଲ ଓ ଡିଜେଲରୁ ଆଦାୟ କରିଛନ୍ତି । ଯାହାକି କୃଷକ ଓ ସାଧାରଣ ଜନତାଙ୍କ ଉପରେ ପ୍ରତ୍ୟକ୍ଷ ଭାବରେ ପ୍ରଭାବ ପକାଇଛି । ଏହି ପରିପ୍ରେକ୍ଷୀରେ କଂଗ୍ରେସ ଦଳ ପକ୍ଷରୁ କୃଷକମାନଙ୍କୁ ଦୃଢ଼ ସମର୍ଥନ ଜଣାଇ ସୁପ୍ରିମକୋର୍ଟ ରାୟରେ ସ୍ଥଗିତ ଥିବା ତିନିଗୋଟି କଳା କୃଷି ଆଇନର ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏବଂ ଡିଜେଲ ଓ ପେଟ୍ରୋଲର ଦର ବୃଦ୍ଧିକୁ ଉଠାଇବା ନିମନ୍ତେ ଆଗାମୀ ୧୫ ତାରିଖ ଶୁକ୍ରବାର ଦିନ “କିଷାନ ଅଧିକାର ଦିବସ” ଭାବେ ପାଳନ କରାଯିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି ନିଷ୍ପତି ଅନୁସାରେ ରାଜ ଭବନ ଘେରାଉ କାର୍ଯ୍ୟକ୍ରମ ସ୍ଥିର ହୋଇଅଛି ।  ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଗାମୀ ତା ୧୫.୦୧.୨୦୨୧ ଶୁକ୍ରବାର ଦିନ ଦିବା ୧୧ ଘଟିକା ସମୟରେ ଭୁବନେଶ୍ୱରରେ ରାଜଭବନ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଅବସରରେ ପାୱାର ହାଉସ୍ ଛକଠାରୁ ଏକ ବିରାଟ ଶୋଭାଯାତ୍ରା ରାଜଭବନ ଅଭିମୁଖେ ବାହାରିବ । ଏହି କାର୍ଯ୍ୟକ୍ରମରେ ସମସ୍ତ ବିଧାୟକ, ସାଂସଦ, ପୂର୍ବତନ ବିଧାୟକ, ପୂର୍ବତନ ସାଂସଦ, ଲୋକ ସଭା ଓ ବିଧାନ ସଭା ପ୍ରାର୍ଥୀ, କଂଗ୍ରେସ କର୍ମକର୍ତା, ଏଆଇସିସି ଓ ପିସିସି ସଭ୍ୟ, ସାମୁଖ୍ୟ, ପ୍ରକୋଷ୍ଠ ଓ ବିଭାଗର ମୁଖ୍ୟ ଓ କର୍ମକର୍ତା, ପିସିସି ପର୍ଯ୍ୟବେକ୍ଷକଗଣ ଜିଲ୍ଲା/ବ୍ଲକ/ନଗର କଂଗ୍ରେସ ସଭାପତି, କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ନିବେଦନ କରିଛନ୍ତି ।

  • Share this:ଭୁବନେଶ୍ୱର : ଚଳିତ ବର୍ଷ ଓଡିଶାର ୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ଏବଂ ରଜତ କର, ନନ୍ଦ ପୃଷ୍ଟି, ଶାନ୍ତି...
  • Share this:ଭୁବନେଶ୍ୱର : ମଙ୍ଗଳବାର ପ୍ରିୟ ଭାଇ ଓ ଭଉଣୀମାନେ, ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା...
  • Share this:ଭୁବନେଶ୍ୱର : ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟର କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା...
  • Share this:ଭୁବନେଶ୍ୱର : ୧୭ ତାରିଖରେ କେନ୍ଦୁଝର ଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଯାଉଥିବା ସମୟରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛି କଂଗ୍ରେସ ।...
  • Share this:ଭୁବନେଶ୍ୱର : ଗତ ୧୭ ତାରିଖରେ କେନ୍ଦୁଝର ଗସ୍ତରେ ଯାଉଥିବା ବେଳେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ କିଛି ଅସାମାଜିକ ଯୁବକ ଆକ୍ରମଣ କରିଥିଲେ । ପରବର୍ତୀ ଅବସ୍ଥାରେ ସେମାନଙ୍କ ଭିତରୁ  ସଂଜୟ ମହାନ୍ତି...

RELATED BY

  • ଓଡିଶା ପାଇଁ ଖୁସି ଓ ଗୌରବର ବିଷୟ

    Share this:ଭୁବନେଶ୍ୱର : ଚଳିତ ବର୍ଷ ଓଡିଶାର ୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ଏବଂ ରଜତ କର, ନନ୍ଦ ପୃଷ୍ଟି, ଶାନ୍ତି...
  • ବିଧାୟକ ମୋହନ ମାଝୀ ମିଛୁଆ

    Share this:ଭୁବନେଶ୍ୱର : ଗତ ୧୭ ତାରିଖରେ କେନ୍ଦୁଝର ଗସ୍ତରେ ଯାଉଥିବା ବେଳେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ କିଛି ଅସାମାଜିକ ଯୁବକ ଆକ୍ରମଣ କରିଥିଲେ । ପରବର୍ତୀ ଅବସ୍ଥାରେ ସେମାନଙ୍କ ଭିତରୁ  ସଂଜୟ ମହାନ୍ତି...
  • ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଖୁବଶୀଘ୍ର ଆରମ୍ଭ କରାଯିବ : ୫-ଟି

    Share this:ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ...
  • ଅଚ୍ୟୁତାନନ୍ଦ ବିଦ୍ୟାପୀଠର ୧୯୯୩ ମସିହା ଦଶମ ଶ୍ରେଣୀ ବ୍ୟାଚର ବନ୍ଧୁମିଳନ

    Share this:ଭୁବନେଶ୍ୱର: ନେମାଳ ଅଚ୍ୟୁତାନନ୍ଦ ବିଦ୍ୟାପୀଠର ୧୯୯୩ ମସିହା ଦଶମ ଶ୍ରେଣୀ ବ୍ୟାଚର ଏକ ପ୍ରାରମ୍ଭିକ ବନ୍ଧୁମିଳନ ଉତ୍ସବ ଚିତ୍ରୋତ୍ପଳା ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ଛାତ୍ର ଅଧ୍ୟାପକ ବିନୟ କୁମାର ଦାସଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ...