ଆତ୍ମନିର୍ଭର ଭାରତରେ ୨୦ ଲକ୍ଷ କୋଟିର ପ୍ୟାକେଜ୍ ଦେଶର ସାମଗ୍ରିକ ଭିତିଭୂମିକୁ ସୁଦୃଢ଼ କରିଛି

ଇସ୍ପାତ୍ ଶିଳ୍ପକୁ ରପ୍ତାନୀ କେନ୍ଦ୍ରିକ କରିବା ଉପରେ ଗୁରୁତ୍ୱାରୋପ - ଧର୍ମେନ୍ଦ୍ର ପ୍ରଧାନ

Share this:

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାରତକୁ ୫ ଟ୍ରିଲିୟନ ଆମେରିକୀୟ ଡ଼ଲାର ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟକୁ ହାସଲ କରିବା ଦିଗରେ ଦେଶ ଭିତିଭୂମିର ବିକାଶ ଏକମାତ୍ର ଚାବିକାଠୀ । ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତିଭୂମି ନିର୍ମାଣ କରିବା ପାଇଁ ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏସନ(ଆଇଏସଏ) ପକ୍ଷରୁ ଆୟୋଜିତ ୱେବନାରରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ଏହି ଅବସରରେ ଇସ୍ପାତ୍ ଶିଳ୍ପକୁ ରପ୍ତାନୀ କେନ୍ଦ୍ରିକ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ପ୍ରଧାନ । ‘ଇସ୍ପାତ ନିର୍ମାଣ ଏବଂ ଭିତିଭୂମି ପାଇଁ ନୂଆ ସୁଯୋଗ’ ଶୀର୍ଷକ ଆଲୋଚନା ଚକ୍ରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ କୋଭିଡ୍‌-୧୯ ଆମ ପାଇଁ ଚ୍ୟାଲେଞ୍ଜ୍ ଆଣିଥିବା ବେଳେ ଭାରତ ଏହାକୁ ସୁଯୋଗରେ ପରିଣତ କରିଛି । ରାସ୍ତା, ରେଳ, ଘର ନିର୍ମାଣ ହେଉ କିମ୍ବା ତୈଳ ଓ ଗ୍ୟାସ ଭିତିଭୂମିକୁ ଅଧିକ ମଜବୁତ୍ କରାଯାଇଛି । ଆତ୍ମନିର୍ଭର ଭାରତରେ ୨୦ ଲକ୍ଷ କୋଟିର ପ୍ୟାକେଜ୍ ଦେଶର ସାମଗ୍ରିକ ଭିତିଭୂମିକୁ ସୁଦୃଢ଼ କରିବା ସହ ଇସ୍ପାତ୍ କ୍ଷେତ୍ର ପାଇଁ ନୂଆ ସୁଯୋଗ ଆଣିଦେଇଛି । ଦେଶରେ କରୋନା ଟୀକା ପ୍ରସ୍ତୁତି ହେବା ଭାରତର ଆଉ ଏକ ପ୍ରତିଭାର ଉଦାହରଣ । ବୃହତ ଘରୋଇ ବଜାର ଏବଂ ବିଭିନ୍ନ ରପ୍ତାନୀ ସମ୍ଭାବନା ସହ ଆମର ଇସ୍ପାତ କ୍ଷେତ୍ର ଅଧିକ ଅଭିବୃଦ୍ଧି, ବିଶ୍ୱ ପ୍ରତିଯୋଗୀତା ଏବଂ ରପ୍ତାନୀ କେନ୍ଦ୍ରିକ ହୋଇପାରିବ । ଏହାସହ ଦେଶରେ ଅଧିକ ଇସ୍ପାତର ବ୍ୟବହାର ଦ୍ୱାରା ସମାଜକୁ ବୃହତ ଭାବରେ ଶକ୍ତି ପ୍ରଦାନ କରାଯାଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

  • Share this:ପୁରୀ: ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସମଗ୍ର ହିନ୍ଦୁ ସମାଜ ବିଶେଷ...
  • Share this:ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୭,୧୯୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୩୪, ୫୧୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।  ୧୯୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା...
  • Share this:ଭୁବନେଶ୍ୱର: ମାନବୀୟ ବେଦନାକୁ ସମ୍ବେଦନାରେ ପରିଣତ କରେ ସାହିତ୍ୟ । କ୍ରନ୍ଦନକୁ ବନ୍ଦନରେ ରୂପାନ୍ତରିତ କରେ ସାହିତ୍ୟ । ସାହିତ୍ୟିକ ହେଉଛି ବାସ୍ତବରେ ନିଷ୍କାମ କର୍ମଯୋଗୀ । କୌଣସି ପ୍ରତ୍ୟାଶା ନରଖି ସେ ସମାଜର ହିତସାଧନ କରୁଥାଏ ବୋଲି...
  • Share this:ଭୁବନେଶ୍ୱର : ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ରାଷ୍ଟ୍ରୀୟ ଅନୁସୁଚିତ ଜନଜାତି ଆୟୋଗ ସଦସ୍ୟ ତଥା ପୂର୍ବତନ ସାଂସଦଶ୍ରୀ ଅନନ୍ତ ନାୟକଙ୍କ ପ୍ରଥମ ଓଡିଶା ଗସ୍ତ ଅବସରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁଷ୍ପଗୁଚ୍ଛ ଦେଇ...
  • Share this:ପୁରୀ: ଶ୍ରୀକ୍ଷେତ୍ର ପୁରୀର ସର୍ବାଙ୍ଗୀନ ବିକାଶ ତଥା ଲୋକଙ୍କ ଜୀବନଜୀବିକାରେ ପରିବର୍ତନ ଓ ରୋଜଗାର ବଢ଼ାଇବା ପାଇଁ ମୋଦି ସରକାର ପୁରୀ ପାଇଁ ୧୭୫ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲି ପୁରୀ ଠାରେ ଗେଲ ଗ୍ୟାସ ଲିମିଟେଡ୍...

RELATED BY