ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଖୁବଶୀଘ୍ର ଆରମ୍ଭ କରାଯିବ : ୫-ଟି

ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ

Share this:

ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ସେ ଅଞ୍ଚଳର ବିକାଶ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଓଡିଶାର ପ୍ରସିଦ୍ଧ ଶକ୍ତି ପୀଠମାନଙ୍କ ମଧ୍ୟରେ ମା ସମଲେଶ୍ବରୀଙ୍କ ପୀଠ ଅନ୍ୟତମ ଅଟେ । ପଶ୍ଚିମ ଓଡିଶାର ସାମାଜିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜୀବନ ସହ ସମଲେଶ୍ବରୀ ପୀଠର ଘନିଷ୍ଟ ସଂପର୍କ ରହିଛି । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମା’ ଙ୍କ ଆଶୀର୍ବାଦ ପାଇଁ ଆସିଥାନ୍ତି । ଏହି ପୀଠର ଗୁରୁତ୍ବ ଓ ମହିମାକୁ ଦୃଷ୍ଟିରେ ରଖି ଏହାକୁ ଅଧିକ ଆକର୍ଷଣୀୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ଼ର ଠିକ୍ ପୂର୍ବରୁ ମନ୍ଦିର ପରିଦର୍ଶନ ଅବସରରେ ଘୋଷଣା କରିଥିଲେ । ସମଲେଶ୍ବରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାର୍କିଂ ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି । ଏଥିରେ ମନ୍ଦିରର ପୂଜାରୀ ତଥା ଜମି ହରାଉଥିବା ଲୋକମାନଙ୍କର ଥଇଥାନ ଓ ପୁନର୍ବାସ ପାଇଁ ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରାଯିବ ବୋଲି ଜଣାଯାଇଛି । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ୨ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ପ୍ରତିନିଧି ଦଳରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଯାଇ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହିତ ଏ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ରାଜ୍ୟ ପୂର୍ତ୍ତ ସଚିବ ଓ ସମ୍ବଲପୁରର ଜିଲ୍ଲାପାଳ ଏ ଯୋଜନା ସଂପର୍କରେ ଉପସ୍ଥାପନା ଦେଇଥିଲେ । ଉତ୍ତରାଞ୍ଚଳ ଆର୍‌.ଡି.ସି, ଡି.ଆଇ.ଜି ଏବଂ ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

  • Share this:ପୁରୀ: ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସମଗ୍ର ହିନ୍ଦୁ ସମାଜ ବିଶେଷ...
  • Share this:ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୭,୧୯୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୩୪, ୫୧୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।  ୧୯୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା...
  • Share this:ଭୁବନେଶ୍ୱର: ମାନବୀୟ ବେଦନାକୁ ସମ୍ବେଦନାରେ ପରିଣତ କରେ ସାହିତ୍ୟ । କ୍ରନ୍ଦନକୁ ବନ୍ଦନରେ ରୂପାନ୍ତରିତ କରେ ସାହିତ୍ୟ । ସାହିତ୍ୟିକ ହେଉଛି ବାସ୍ତବରେ ନିଷ୍କାମ କର୍ମଯୋଗୀ । କୌଣସି ପ୍ରତ୍ୟାଶା ନରଖି ସେ ସମାଜର ହିତସାଧନ କରୁଥାଏ ବୋଲି...
  • Share this:ଭୁବନେଶ୍ୱର : ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ରାଷ୍ଟ୍ରୀୟ ଅନୁସୁଚିତ ଜନଜାତି ଆୟୋଗ ସଦସ୍ୟ ତଥା ପୂର୍ବତନ ସାଂସଦଶ୍ରୀ ଅନନ୍ତ ନାୟକଙ୍କ ପ୍ରଥମ ଓଡିଶା ଗସ୍ତ ଅବସରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁଷ୍ପଗୁଚ୍ଛ ଦେଇ...
  • Share this:ପୁରୀ: ଶ୍ରୀକ୍ଷେତ୍ର ପୁରୀର ସର୍ବାଙ୍ଗୀନ ବିକାଶ ତଥା ଲୋକଙ୍କ ଜୀବନଜୀବିକାରେ ପରିବର୍ତନ ଓ ରୋଜଗାର ବଢ଼ାଇବା ପାଇଁ ମୋଦି ସରକାର ପୁରୀ ପାଇଁ ୧୭୫ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲି ପୁରୀ ଠାରେ ଗେଲ ଗ୍ୟାସ ଲିମିଟେଡ୍...

RELATED BY