ଦୁଇ କୋଟି ଷୋହଳ ହଜାର ଟଙ୍କା ଛାଡ଼

ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

Share this:

ଭୁବନେଶ୍ୱର:କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ 2020 ଅପ୍ରେଲରୁ ବ୍ୟବହାର କରିଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।

  • Share this:Bhubaneswar: Chief Minister Shri Naveen Patnaik Friday released a Collection of Poems ‘Beyond Here and Other Poems’. Written by senior bureaucrat Shri Bishnupada Sethi, ‘Beyond Here and Other...
  • Share this:ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ...
  • Share this:ଭୁବନେଶ୍ୱର:୨୦୨୦ ମସିହାରୁ  ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୩୭, ୨୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭,୬୪, ୬୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି ।  ୩୧୬୭ ଜଣ କୋଭିଡ୍‌-୧୯ ରୋଗୀଙ୍କର  ମୃତ୍ୟୁ ହୋଇଛି...
  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ସେଲର ଭିଲାଇ ଇସ୍ପାତ୍ କାରଖାନା ପରିସରରେ ଅକ୍ସିଜେନ୍ ସଂଯୁକ୍ତ ୧୧୪ ବେଡ୍ ବିଶିଷ୍ଟ ଜୁମ୍ବୋ କୋଭିଡ୍ କେୟାର ସେଣ୍ଟରର ଲୋକାର୍ପଣ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ...
  • Share this:ଭୁବନେଶ୍ୱର : ଗୁରୁବାର ଦିନ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ  ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟ ଓ କାର୍ଯ୍ୟକାରିତା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଭର୍ଚୁଆଲ୍‌...

RELATED BY