ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ରାଜ୍ୟ ସଭାପତି

: ସମୀର ମହାନ୍ତି

Share this:

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଦେଶର ଅନ୍ନଦାତାଙ୍କ ହାତମୁଠାକୁ ଆହୁରି ଅଧିକ ସଶକ୍ତ କରିବା ପାଇଁ ସର୍ବଦା ପ୍ରୟାସ କରି ଆସୁଛନ୍ତି । ପବିତ୍ର ଅକ୍ଷୀତୃତୀୟା ଅବସରରେ  ଶୁକ୍ରବାର ଦିନ  ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ପ୍ରଧାନମନ୍ତ୍ରୀ କିଷାନ ନିଧି ସମ୍ମାନ ଯୋଜନା (ପିଏମ-କିଷାନ)ର ୮ମ କିସ୍ତିରେ ସମଗ୍ର ଭାରତବର୍ଷର ୯.୫ କୋଟି ଚାଷୀ ଭାଇମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨୦ ହଜାର ୬୬୭ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଯୋଜନାରେ ଓଡିଶା ରାଜ୍ୟର ୨୭ ଲକ୍ଷ ୮୩ ହଜାର ଚାଷୀଙ୍କୁ ୫୫୬.୬୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବାରୁ ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଏବଂ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । କରୋନା ସଂକଟ ସମୟରେ ପିଏମ-କିଷାନ ସମ୍ମାନ ନିଧି ଯୋଜନାର ଏହି ୮ମ କିସ୍ତିର ସହାୟତା ରାଶି ପ୍ରଦାନ ଚାଷୀମାନଙ୍କୁ କୃଷି କ୍ଷେତ୍ରରେ ସ୍ୱାବଲମ୍ବୀ ଓ ଆତ୍ମନିର୍ଭର କରିବାରେ ନିଶ୍ଚିତ ଭାବେ ସହାୟକ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ରାଜ୍ୟ ସରକାରଙ୍କ ଦ୍ୱାରା ପଞ୍ଜିକୃତ ରାଜ୍ୟର ୪୫ ଲକ୍ଷ ଚାଷୀ ତାଲିକା କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଗଲେ ସେମାନେ ଲାଭାନ୍ୱିତ ହୋଇପାରିବେ । ତେଣୁ ରାଜ୍ୟ ସରକାର କାଳବିଳମ୍ବ ନକରି ପ୍ରକୃତ ଏବଂ ସଂପୂର୍ଣ୍ଣ ଚାଷୀ ତାଲିକା କେନ୍ଦ୍ର ସରକାରଙ୍କୁ ଦେବା ପାଇଁ ଶ୍ରୀ ମହାନ୍ତି ଦାବୀ କରିଛନ୍ତି ।

  • Share this:Bhubaneswar: Chief Minister Shri Naveen Patnaik Friday released a Collection of Poems ‘Beyond Here and Other Poems’. Written by senior bureaucrat Shri Bishnupada Sethi, ‘Beyond Here and Other...
  • Share this:ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ...
  • Share this:ଭୁବନେଶ୍ୱର:୨୦୨୦ ମସିହାରୁ  ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୩୭, ୨୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭,୬୪, ୬୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି ।  ୩୧୬୭ ଜଣ କୋଭିଡ୍‌-୧୯ ରୋଗୀଙ୍କର  ମୃତ୍ୟୁ ହୋଇଛି...
  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ସେଲର ଭିଲାଇ ଇସ୍ପାତ୍ କାରଖାନା ପରିସରରେ ଅକ୍ସିଜେନ୍ ସଂଯୁକ୍ତ ୧୧୪ ବେଡ୍ ବିଶିଷ୍ଟ ଜୁମ୍ବୋ କୋଭିଡ୍ କେୟାର ସେଣ୍ଟରର ଲୋକାର୍ପଣ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ...
  • Share this:ଭୁବନେଶ୍ୱର : ଗୁରୁବାର ଦିନ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ  ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟ ଓ କାର୍ଯ୍ୟକାରିତା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଭର୍ଚୁଆଲ୍‌...

RELATED BY