୧୧ ତାରିଖ ଦିନ ୪ ଘଣ୍ଟିଆ ଧାରଣା ସହ ବିକ୍ଷୋଭ କରିବ କଂଗ୍ରେସ

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ

Share this:

ଭୁବନେଶ୍ୱର: କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ କେନ୍ଦ୍ରର ମୋଦୀ ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରିବାରେ ଲାଗିଛନ୍ତି । ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି ଓ ଜନସାଧାରଣଙ୍କୁ ଏହା ଅତ୍ୟନ୍ତ ପୀଡ଼ାଦାୟକ ହୋଇଛି, ଯାହାଦ୍ବାରା ଘରୋଇ ସାମଗ୍ରୀ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁରେ ପହଞ୍ଚିଛି । ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତି ଦର ଟ.୨୫.୭୨ ପଇସା ଓ ଡିଜେଲ ଦର ଟ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଅଟେ । ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ତୈଳଯାତ ଦ୍ରବ୍ୟ (ଉଭୟ ପେଟ୍ରୋଲ ଓ ଡିଜେଲ) ଦର କୁ ହ୍ରାସ କରିବା ଦାବୀରେ ( ବର୍ଦ୍ଧିତ ଦରକୁ ପ୍ରତ୍ୟାହାର କରିବା ଦାବୀରେ) ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦେଶ ମୁତାବକ ଚଳିତ ମାସ ଜୁନ ୧୧ ତାରିଖ ଶୁକ୍ରବାର ପ୍ରାତଃ ୭ ଘଟିକାରୁ ୧୧ ଘଟିକା ପର୍ଯ୍ୟନ୍ତ (ତାଲାବନ୍ଦ ସମୟ ମଧ୍ୟରେ) ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ସାଂକେତିକ ଭାବେ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି ବୋଲି ମଙ୍ଗଳବାର ଦିନ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି ବ୍ୟାନର, ପ୍ଲାକାର୍ଡ଼ରେ ‘ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା, ଉତ୍କଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ବିଶେଷ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ । ୧୧ ତାରିଖର ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲା, ବ୍ଲକ, ନଗର ସ୍ତରରେ ଅବିଳମ୍ବେ ଜିଲ୍ଲା କଂଗ୍ରେସ ସଭାପତି ମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ସାଂସଦ, ପ୍ରାକ୍ତନ ବିଧାୟକ ଓ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଓ କର୍ମକର୍ତାଙ୍କୁ କାର୍ଯ୍ୟକ୍ରମରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ।

  • Share this:Bhubaneswar: Chief Minister Shri Naveen Patnaik Friday released a Collection of Poems ‘Beyond Here and Other Poems’. Written by senior bureaucrat Shri Bishnupada Sethi, ‘Beyond Here and Other...
  • Share this:ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ...
  • Share this:ଭୁବନେଶ୍ୱର:୨୦୨୦ ମସିହାରୁ  ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୩୭, ୨୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭,୬୪, ୬୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି ।  ୩୧୬୭ ଜଣ କୋଭିଡ୍‌-୧୯ ରୋଗୀଙ୍କର  ମୃତ୍ୟୁ ହୋଇଛି...
  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ସେଲର ଭିଲାଇ ଇସ୍ପାତ୍ କାରଖାନା ପରିସରରେ ଅକ୍ସିଜେନ୍ ସଂଯୁକ୍ତ ୧୧୪ ବେଡ୍ ବିଶିଷ୍ଟ ଜୁମ୍ବୋ କୋଭିଡ୍ କେୟାର ସେଣ୍ଟରର ଲୋକାର୍ପଣ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ...
  • Share this:ଭୁବନେଶ୍ୱର : ଗୁରୁବାର ଦିନ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ  ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ବ୍ୟବସାୟ ଓ କାର୍ଯ୍ୟକାରିତା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଭର୍ଚୁଆଲ୍‌...

RELATED BY