ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଭୁବନେଶ୍ୱର, କଟକ ଏବଂ କୋରାପୁଟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଏପ୍ରିଲ ପହିଲା ତଥା ଉତ୍କଳ ଦିବସ ଅବସରରେ କୋରାପୁଟ ଜିଲ୍ଲା କୋଟିଆର ଜନସାଧାରଣଙ୍କ ସହ ଉତ୍କଳ ଦିବସ ପାଳନ କରିବାର କାର୍ଯ୍ୟକ୍ରମ ରହିଛି । ଶୁକ୍ରବାର ସଂଧ୍ୟାରେ ଭୁବନେଶ୍ୱରରୁ ଟ୍ରେନ୍ ଯୋଗେ କୋରପୁଟ ଜିଲ୍ଲା ଦାମନଯୋଡି ପର୍ଯ୍ୟନ୍ତ ଗସ୍ତ କରିବେ କେନ୍ଦ୍ରମନ୍ତ୍ରୀ । କୋଟିଆରେ ପହଞ୍ଚି ସ୍ଥାନୀୟ ଗ୍ରାମବାସୀଙ୍କୁ ଭେଟିବା ସହ କୋଟିଆ ଗ୍ରାମ ସମିତି ଦ୍ୱାରା ଆୟୋଜିତ ‘ଉତ୍କଳ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେବେ । ପରବର୍ତ୍ତୀ ସମୟରେ ଶ୍ରୀ ପ୍ରଧାନ କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ କରିବେ । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଓ ପ୍ରାଧ୍ୟାପକଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।