ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି ।
ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧି ଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।
ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି । ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର । 2020 ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଅ ଟି ଜୀବନ ରକ୍ଷା କରି ଥିବାରୁ , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ ।
ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି । ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି । ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ । ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି । ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ ।
ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
NHM ର ନିର୍ଦେଶକ ବ ସ୍ବାଗତ ଭାଷଣ ଦେଇଥିଲେ ଓ DMET ଧନ୍ୟବାଦ୍ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।