ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା,ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ

ଭୁବନେଶ୍ବର:ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ସହିତ ଗାଁ ଗାଁରେ ଥିବା ପୂଜାସ୍ଥଳ ଓ ଐତିହାସିକ ଗୁରୁତ୍ବ ବହନ କରୁଥିବା ସ୍ଥାନ ଗୁଡିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେଇଛନ୍ତି । ଓଡିଶାର ଗାଁ ଗୁଡିକରେ ଥିବା ପୂଜାସ୍ଥଳ ତଥା ଅନ୍ୟାନ୍ୟ ଐତିହାସିକ ଗୁରୁତ୍ବ ଥିବା ସ୍ଥାନର ବିକାଶ ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି ଏକ ନୂଆ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ । ଏହି ଯୋଜନାର ଅଂଶ ସ୍ବରୂପ ପୂଜା ଓ ଐତିହାସିକ ସ୍ଥାନର ବିକାଶ ତଥା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧାର ବିକାଶ ନିମନ୍ତେ ପ୍ରତ୍ୟେକ ଗାଁରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟଙ୍କା ଖର୍ଚ୍ଚ କରାଯାଇପାରିବ। ପଞ୍ଚାୟତ ଗୁଡିକରେ ଆଧୁନିକ ଭିତ୍ତିଭୂମିର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ହୋଇପାରିବ। ସୋମବାର ଦିନ ରାଜ୍ୟ କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ ଦେଇଛି । ଯୋଜନା ଉପରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଯୋଜନାରେ ରହିଛି ଏକ ନୂଆ ଓଡିଶା, ଏକ ଆକାଂକ୍ଷୀ ଓଡିଶା ଗଠନର ପରିକଳ୍ପନା– ଏଭଳି ଏକ ଆଧୁନିକ ଓଡିଶା ଯାହା କି ଆମର ମୌଳିକ ମୂଲ୍ୟବୋଧ ଉପରେ ପର୍ଯ୍ୟବେସିତ। ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ ଓଡିଶା ସବୁବେଳେ ତା’ର ସଂସ୍କୃତି, ତା’ର ପରମ୍ପରା ଓ ଇତିହାସ ସହିତ ଦୃଢ ଭାବରେ ଯୋଡି ହୋଇ ରହିଛି । ଓଡିଶା ହେଉଛି ସେହି ଭୂମି ଯେ କି ସାରା ବିଶ୍ୱକୁ ଜଗନ୍ନାଥ ସଂସ୍କୃତି ପରି ମହାନ ସଂସ୍କୃତି ସହ ପରିଚିତ କରାଇଛି । ଜଗନ୍ନାଥ ସଂସ୍କୃତି ବିଶ୍ବପ୍ରେମ, ସେବା ଓ ସମାନତାକୁ ଗୁରୁତ୍ବ ଦେଇଛି। ସମସ୍ତଙ୍କୁ ସମାନ ଭାବରେ ଆଦରି ନେଇଛି । ଜାତି ଓ ସଂପ୍ରଦାୟ ନିର୍ବିଶେଷରେ ସମସ୍ତଙ୍କୁ ନିଜର କରିପାରିଛି ବୋଲି ସେ କହିଛନ୍ତି । ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ପାଇଁ ଆମେ ଏହି ଯୋଜନାରେ ଏକ ଐତିହାସିକ ପଦକ୍ଷେପ ନେଇଛୁ ବୋଲି ପ୍ରକାଶ କରି ସେ କହିଲେ ଯେ ଏଥିରେ ସ୍ଥାନୀୟ ପୂଜାସ୍ଥଳୀ ତଥା ଐତିହାସିକ ଗୁରୁତ୍ୱ ଥିବା ସ୍ଥାନମାନଙ୍କର ସୁରକ୍ଷା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ ପାଇଁ ବିଶେଷ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ଗ୍ରାମପଞ୍ଚାୟତ ଏହି ଯୋଜନାରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରି କାମ କରିପାରିବେ । ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଇତିହାସ ଓ ଆଧ୍ୟାତ୍ମିକତା ସହ ଯୋଡି ହୋଇ ଅନେକ ଗୁରୁତ୍ବପୂର୍ଣ୍ଣ ସ୍ଥାନ ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ସେସବୁ ସ୍ଥାନମାନଙ୍କର ସଂରକ୍ଷଣ ଓ ସୁରକ୍ଷା ଜରୁରୀ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକ ହିଁ ଏହି କାମକୁ ଅଧିକ ଦକ୍ଷତାର ସହ କରିପାରିବ ବୋଲି ସେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ । ନୂଆ ଓଡିଶା ତା’ର ମୂଳ ଭିତ୍ତିକୁ ସୁଦୃଢ ରଖିବା ସହିତ ଦୂର ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ତାର ଡେଣାକୁ ଅଧିକ ପ୍ରସାରିତ କରିବ ବୋଲି ସେ ମତ ଦେଇଥିଲେ । ଆମର ଗାଁ ଗୁଡିକରେ ଯୁବ ସମାଜ ପାଇଁ Internet ସଂଯୋଗ ଦରକାର । ଖେଳ ପଡିଆ ଦରକାର । ବିଜ୍ଞାନ ପାର୍କ ଦରକାର । ସେମାନଙ୍କ ପାଇଁ ତାଲିମ ସୁବିଧା ମଧ୍ୟ ଦରକାର । Work Hubs ଦରକାର । ଗାଁର ଉଦ୍ୟୋଗୀ ବିଶେଷକରି, ମା’ ମାନଙ୍କ ପାଇଁ ଦକ୍ଷତା ବିକାଶ କେନ୍ଦ୍ର ଦରକାର ବୋଲି ସେ କହିଥିଲେ । ଗାଁରେ ଆଧୁନିକ ମୌଳିକ ସୁବିଧାର ବିକାଶ ଉପରେ ମତ ଦେଇ ସେ କହିଥିଲେ ଯେ, “ମୁଁ ଚାହେଁ, ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ଥିବା ପ୍ରଭେଦ ଦୂର ହେଉ । ସମସ୍ତଙ୍କ ପାଇଁ ବ୍ୟାଙ୍କିଙ୍ଗ ସୁବିଧା ମିଳୁ । ଡିଜିଟାଲ ଭିତ୍ତିଭୂମି ର ବିକାଶ ହେଉ । ତା ସହିତ ଅନ୍ୟ ଆଧୁନିକୀକରଣ କାମ ମଧ୍ୟ ହେଉ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପଞ୍ଚାୟତ ସ୍ତରରେ ଏସବୁ ପରିକଳ୍ପନାକୁ ଆଗେଇ ନେବା ପାଇଁ ସୁଯୋଗ ସୃଷ୍ଟି କରିବ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଅଧିନରେ ଗାଁର ମନ୍ଦିର ମାନଙ୍କର ପୁନରୁଦ୍ଧାର ଠାରୁ ଆରମ୍ଭ କରି Digital Infrastructure କାମ ପରି ଭବିଷ୍ୟମୁଖୀ ଯୋଜନା କରାଯିବ । ଉଭୟ କାମ ଏକ ସମୟରେ ଚାଲିବ ।” ଏହା ଓଡିଶାରେ ଏକ ନୂଆ ଯୁଗର ଆରମ୍ଭ କରିବ ବୋଲି ଦୃଢ ବିଶ୍ବାସ ପ୍ରକଟ କରି ସେ କହିଲେ ଯେ ଆମର ଯୁବସମାଜ ପାଇଁ, ଆମର ମା ମାନଙ୍କ ପାଇଁ, ପିଲା ମାନଙ୍କ ପାଇଁ, ଉଦ୍ୟୋଗୀମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ଏକ ଆଧୁନିକ ପ୍ରଗତୀଶିଳ ଓ ସମ୍ବେଦନଶୀଳ ଓଡିଶା ଗଠନରେ ସହାୟକ ହେବ। ଏହି ଯୋଜନା ଏଭଳି ଏକ ନୂଆ ଓଡିଶାର ସୂତ୍ରପାତ କରିବ, ଯାହାର ଭିତ୍ତି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ।

7 thoughts on “ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା,ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ

  1. Casino Classic ist eines der Vorzeigecasinos von Casino Rewards.
    Für VIP-Punkte können Sie Statuspunkte erhalten. Sіе könnеn dіеs аn jеdеm Tаg dеr Wосhе
    24 Stundеn аm Tаg tun.
    Schnelle Auszahlung, monatlich neue, gro�artige Spiele,
    aufregende Casino Promotions, das alles bietet Ihnen Casino Rewards.
    Dieses einzigartige System bietet seinen Mitgliedern Bonusse
    für jeden Freund, den Sie als aktives Neumitglied der Online Casinos der Casino Rewards Gruppe empfehlen. Dann melden Sie sich hier
    an und holen Sie sich Ihren Willkommensbonus.

    References:
    https://online-spielhallen.de/n1-casino-aktionscode-dein-weg-zu-boni-und-vorteilen/

  2. Meanwhile, the self-exclusion period doesn’t let
    the player access their profile. The latest SSL encryption tools are
    implemented to guarantee the security of personal and financial data transferred between the casino and the player.
    The SkyCrown casino app for Android and Apple devices undertakes
    the necessary measures to ensure its Aussie users’ security while gambling.
    Gambling at an updated casino app is mandatory for a
    number of reasons. For this, send scans of your ID or driving license, address-proving documents (utility bills, bank statements, etc.)
    to the casino’s customer support. Note that all
    deposits are carried out instantly with absolutely no fees applied.

    However, the Android casino app is of the PWA type and can be added to your device’s homescreen via a shortcut.
    However, before you install the casino app on your smartphone or tablet,
    make certain it is compatible with your device.

    The casino has a Progressive Web App, unlike ordinary applications downloadable from the App Store or Google Play Store.
    The company has created not only an enjoyable and fair but also a highly secure gaming platform for its Aussie users.

    Furthermore, the mobile casino also allows cashing
    in and out via leading crypto payments (Crypto Processing by CoinsPaid) for anonymous and even faster
    deals. Combining all of these factors, Skycrown Australia has nurtured a strong reputation as a modern, dynamic iGaming platform committed to entertaining and supporting an international audience.

    A PWA functions like a native application but operates through your browser,
    which means you skip the App Store or Google Play entirely.
    Users are responsible for ensuring they comply with all
    applicable laws before participating in any gambling activities.
    Our mission is to offer clear, unbiased, and responsible information to help
    users make informed decisions regarding online gambling.

    Is there a Skycrown app for Android devices?

    References:
    https://blackcoin.co/best-10-online-casino-bonuses/

  3. Choose “Credit & Debit Cards” as your preferred deposit
    method3. With its worldwide reputation and ease of use, MasterCard is a deposit option that rivals Visa in terms of popularity.
    Select “Lightning Bitcoin” as your preferred deposit method and enter the amount you want
    to deposit, and tap “Next”3. A security code will be
    sent to your phone, enter the code that was sent to you, and click on ‘Next’9.
    Choose the account from which the amount will be withdrawn8.

    Ozwin doesn’t skimp on the bonuses, either.
    Upon registration and your initial deposit, you’re greeted with a generous A$4000 welcome bonus along with 100 free spins.

    Furthermore, the relatively high minimum withdrawal amount might
    be a deterrent for more casual players who prefer to cash out smaller winnings more
    frequently.

    References:
    https://blackcoin.co/explore-the-worlds-biggest-source-of-information-about-online-casinos/

Leave a Reply

Your email address will not be published. Required fields are marked *