ଭୋର୍ ୪ ରୁ ୬ଟା ସମୟ ପର୍ଯ୍ୟନ୍ତ ସମୀକ୍ଷା କଲେ 5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ 5T ଓ ନବୀନ ଓଡିଶା ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଭୋର୍ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା । ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ । ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ . ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ । ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ Utilities ଗୁଡିକର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ । ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ Executing Agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ