ତିନୋଟି ବ୍ଲକ୍‌ – ବଡମ୍ବା, ବାଙ୍କୀ ଓ ଭାପୁରର ଜନସାଧାରଣ ଉପକାର ପାଇବେ ।

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି –  ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ  । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ  5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ତିନୋଟି ବ୍ଲକ୍‌ର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ ।