ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,୩୨୪ କୋଟି ଟଙ୍କା ମଞ୍ଜୁର ।

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପଟି ହେଉଛି –  ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ  । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ  5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ ।