ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ 5 ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ,ଖର୍ଚ୍ଚ ହେବ ୧୨୫୦ କୋଟି ।

ଭୁବନେଶ୍ୱର:ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି । ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି । ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ । ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି ।