କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶାକୁ ଆସିବେ ।

ଭୁବନେଶ୍ଵର : ଆଜି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥିବା୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଯୋଗଦେଇଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଖିଳ ଭାରତ କଂଗ୍ରେସ କମିଟିର ନବନିଯୁକ୍ତ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାରଙ୍କୁ ସାକ୍ଷାତ କରି ତାଙ୍କର ଓଡ଼ିଶା ଗସ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି । ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ ନୂତନ ପ୍ରଭାରୀ ଡ. ଅଜୟ କୁମାର ଆସନ୍ତା ଜାନୁଆରୀ ୬ ତାରିଖ ଦିନ ଓଡ଼ିଶାଗସ୍ତରେ ଆସିବେ ।