ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର Enforcement କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ Enforcement କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି । ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ । ଏହି ପଦବୀଗୁଡିକ ହେଲା- ୧ଟି Assistant Commissioner of Police, ୬ଟି Assistant Sub Inspector of Police ଏବଂ ୬୦ଟି Police Constable ପଦବୀ । ଭୁବନେଶ୍ୱର ପୂର୍ବ ଭାରତର ଏକ ଦୃତ ଅଭିବୃଦ୍ଧିଶୀଳ ସହର । ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ ୨୫ଟି Joint Team ଓ ୫ଟି Reserve Teamର ଆବଶ୍ୟକତା ଥିଲା । ପ୍ରତି ଟିମ୍ରେ ୨ଜଣ ପୁଲିସ୍ କନେଷ୍ଟବଳ ରହିବେ । ଏହି ଟିମ୍ଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ Assistant Commissioner, ୬ ଜଣ Assistant Sub Inspector କାର୍ଯ୍ୟ କରିବେ । ଏହି ପଦବୀଗୁଡିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ୱିତ ହେବ ।