ଭୁବନେଶ୍ୱର/ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ବଡଓସ୍ତିଆ ପଞ୍ଚାୟତରେ ରାଜ କିଶୋର ନାୟକଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ ପରିବାର ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେଡି ଓ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ଗୋବିନ୍ଦପୁର ପଞ୍ଚାୟତରେ କାଳନ୍ଦୀ ନାୟକଙ୍କ ନେତୃତ୍ୱରେ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଲେ । ଏହି ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ସଭାପତି ଶ୍ରୀ ସାମଲ । ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସଂଗଠନ ସୁଦୃଢ଼ ହେଉଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଓଡ଼ିଶାରେ ଯେଉଁ ଅଗଣତାନ୍ତ୍ରିକ ସରକାର ଚାଲିଛି ତାକୁ ହଟାଇବା ପାଇଁ ଓଡ଼ିଶାର ବିଭିନ୍ନ ବର୍ଗର ଲୋକମାନେ ଭାରତୀୟ ଜନତା ପାର୍ଟି ଉପରେ ଆସ୍ଥା ପ୍ରକଟ କରି ଯୋଗଦାନ ଦେଉଛନ୍ତି । ଓଡ଼ିଶାର ବିକାଶ ଦୁଇ ଦଶନ୍ଧୀ ପଛକୁ ପଳାଇ ଯାଇଛି । ମୋଦିଙ୍କ ଗ୍ୟାରେଣ୍ଟି ଓଡ଼ିଶାବାସୀଙ୍କ ବିଶ୍ୱାସଭାଜନ ହୋଇଛି । ଆଗାମୀ ଦିନରେ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ ଓ ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଯାତ୍ରାକୁ ଓଡ଼ିଶାରେ ଆଗେଇ ନେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନସ୍ମିତା ଖୁଂଟିଆ, ମଣ୍ଡଳ ସଭାପତି ରାଜାରାମ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ ।