ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବର :ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ର କରିପାରିବେ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ଯ ବନ୍ଦ ରହୁଛି ।