

ସମ୍ବଲପୁର( ସାମ୍ବାଦିକ ଅନୀଲ ଶ୍ରୀରାମକାଙ୍କ ଠାରୁ) ସେବା ପ୍ରଦାନକାରୀ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଠିକା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି ଯେ କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ I ସୂଚନାଯୋଗ୍ୟ,ଏହି ଠିକା କର୍ମଚାରୀମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସମ୍ପର୍କରେ ଶ୍ରୀ ସଞ୍ଜୟ କୁମାର ବାବୁଙ୍କ ନେତୃତ୍ୱରେ ୫-ଟି ଅଧ୍ୟକ୍ଷ ଭି.କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ I ଆଜି ବୁର୍ଲା ଭିମସାର ସ୍ଥିତ କାର୍ଯ୍ୟ କରୁଥିବା ଠିକା କର୍ମଚାରୀ ଶ୍ରୀ ସଞ୍ଜୟ କୁମାର ବାବୁଙ୍କ ଉପସ୍ଥିତିରେ କେକ କାଟି ମିଷ୍ଟାନ୍ନ ବଣ୍ଟନ କରି ଖୁସି ମନାଇବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ଅଧ୍ୟକ୍ଷ ଭି.କାର୍ତ୍ତିକ ପାଣ୍ଡିଆନଙ୍କୁ କୃତଜ୍ଞତା ଜ୍ଞାପନ କରି କରିଛନ୍ତି I