୮୯୮୦୮୦୮୦୮୦ ନମ୍ବରରେ ମିସ୍ କଲ୍ ଦେଇ ସଦସ୍ୟତା ଗ୍ରହଣ କରିପାରିବେ

ଜୁଲାଇ ୬ରୁ ଆରମ୍ଭ ହେବ ସଦସ୍ୟତା ସଂଗ୍ରହ ଅଭିଯାନ

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟିର ସଦସ୍ୟତା ଅଭିଯାନକୁ ସଠିକ୍ ଭାବରେ କ୍ରିୟାନ୍ୱିତ କରିବା ପାଇଁ ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ସଦସ୍ୟତା ଅଭିଯାନକୁ ସର୍ବସ୍ପର୍ଶୀ ଏବଂ ସର୍ବସ୍ଥାନ ବ୍ୟାପୀ କରିବା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ।

ପ୍ରତି ୩ ବର୍ଷରେ ଥରେ ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମ ହୋଇଥାଏ । ଏହି ସଦସ୍ୟତା ଅଭିଯାନ ଆସନ୍ତା ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୧ତାରିଖ ପର୍ଯ୍ୟନ୍ତ ଚାଲିବ । ଉଭୟ ଅନଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରାଯିବ ବୋଲି ସଦସ୍ୟତା ଅଭିଯାନ ରାଜ୍ୟ ପ୍ରଭାରୀ ଶ୍ରୀ ଅନନ୍ତ ନାୟକ ବୈଠକ ସମାପ୍ତ ପରେ ସୂଚନା ଦେଇ କହିଛନ୍ତି ।

ଶ୍ରୀ ନାୟକ କହିଛନ୍ତି ଯେ, ତୃଣମୂଳ ସ୍ତରରେ ସଙ୍ଗଠନକୁ ସୁଦୃଢ କରିବା ଏବଂ ନୂତନ ସଦସ୍ୟ ସଂଗ୍ରହ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।

ରାଜ୍ୟରେ ଜାତି, ବର୍ଣ୍ଣ, ଅନୁସୂଚିତ ଜାତି/ଜନଜାତି, ମହିଳା,ଯୁବକ, ଛାତ୍ର, ଗରିବ, ମଧ୍ୟମ ବର୍ଗ ମଧ୍ୟରେ ସଦସ୍ୟତା ଅଭିଯାନକୁ କୌଣସି ଭେଦଭାବ ନରଖି ତୀବ୍ର କରାଯିବା ଉପରେ ଗୁରୁତ୍ୱ ଦିଆଯିବ । ସାଧାରଣ ଲୋକ ଅନଲାଇନ ମାଧ୍ୟମରେ ସଦସ୍ୟତା ଗ୍ରହଣ କରିପାରିବେ । ଏଥି ସହ ନିଜ ମୋବାଇଲ ନମ୍ବର ୮୯୮୦୮-୦୮୦୮୦ନମ୍ବରରେ ମିସ୍ କଲ୍ ଦେଇ ସଦସ୍ୟତା ଗ୍ରହଣ କରିପାରିବେ ।

ଯେଉଁଠାରେ ମୋବାଇଲ ସେବା ଉପଲବ୍ଧ ନାହିଁ ସେଠାରେ ବ୍ୟକ୍ତିଗତ ଭାବରେ ସଦସ୍ୟତା ଫର୍ମ ପୂରଣ କରି ସଦସ୍ୟତା ଗ୍ରହଣ କରାଯାଇପାରିବ । ଗୋଟିଏ ମୋବାଇଲ ନମ୍ବରରୁ ସର୍ବାଧିକ ୪ ଜଣ ସଦସ୍ୟତା ନେଇପାରିବେ ।

ସେହିପରି ପ୍ରଥମ ଥର ମତଦାତା ହୋଇଥିବା ବା ହେବାକୁ ଥିବା ଯୁବକ ଓ ଯୁବତୀମାନଙ୍କୁ ଯୋଗାଯୋଗ କରି ସେମାନଙ୍କୁ ଦଳର ସଦସ୍ୟ ଭାବେ ସାମିଲ କରାଯିବ ।

ସରକାରୀ ଯୋଜନାର ଲାଭାର୍ଥୀ, ସ୍କୁଲ, କଲେଜ, ଛାତ୍ରାବାସ, ସହିଦଙ୍କ ପରିବାର ଏବଂ ବସ୍ତିରେ ବାସ କରୁଥିବା ବ୍ୟକ୍ତି ବିଶେଷମାନଙ୍କୁ ସଦସ୍ୟ କରିବା ପାଇଁ ପ୍ରାଥମିକତା ଦିଆଯିବ ।

ସଦସ୍ୟତା ଅଭିଯାନକୁ ମଲ୍, ହାଟ ବଜାର, ରେଳ ଷ୍ଟେସନ, ବସ୍ ଷ୍ଟାଣ୍ଡ ତଥା ଅନ୍ୟାନ୍ୟ ଜନ ଏକତ୍ରି କରଣ ସ୍ଥାନରେ କରାଯିବା ସହ ଛୋଟ ସଭା, ଡ୍ରାମା ଏବଂ ଛତା ଲଗାଇ ସାଧାରଣ ଜନତାଙ୍କୁ ମିସ୍ କଲ୍ ଦେବାପାଇଁ କୁହାଯିବ ବୋଲି ଶ୍ରୀ ନାୟକ କହିଛନ୍ତି ।

ଏହି ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ଉପସଭାପତି ଓ ମୁଖପାତ୍ର ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ପ୍ରଭାରୀ ଅରୁଣ ସିଂହ, ରାଷ୍ଟ୍ରୀୟ ସଂପାଦକ ଓ ରାଷ୍ଟ୍ରୀୟ ସଦସ୍ୟତା ସହ ପ୍ରଭାରୀ ସାଂସଦ ସୁରେଶ ପୂଜାରୀ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ଜୁଏଲ ଓରାମ, ଗିରିଧର ଗମାଙ୍ଗ, କନକବର୍ଦ୍ଧନ ସିଂହଦେଓ, ବିଜୟ ମହାପାତ୍ର, ମନମୋହନ ସାମଲ, ଡା.ଦାମୋଦର ରାଉତ, ସୁରମା ପାଢୀ, ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର ସଦସ୍ୟତା ଅଭିଯାନ ରାଜ୍ୟ ସହପ୍ରଭାରୀ ଶାରଦା ଶତପଥୀ, ରାଜ୍ୟ ପଦାଧିକାରୀ, ସମସ୍ତ ବିଧାୟକ ଓ ବିଧାୟକ ପ୍ରାର୍ଥୀ, ସମସ୍ତ ଜିଲ୍ଲା ସଭାପତି ପ୍ରମୁଖ ଉପସ୍ଥିତ ଥିଲେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

 

Categories
POLITICS

RELATED BY

  • ଦଳୀୟ ଅନୁଶାସନ ଭଙ୍ଗ ଏବଂ ବିଶୃଙ୍ଖଳିତ କାର୍ଯ୍ୟ

    ଭୁବନେଶ୍ୱର : ଦଳୀୟ ଅନୁଶାସନ ଭଙ୍ଗ, ବିଶୃଙ୍ଖଳିତ କାର୍ଯ୍ୟ ଏବଂ ପାର୍ଟିର ସାଙ୍ଗଠନିକ କାର୍ଯ୍ୟକଳାପରେ ବାଧା ସୃଷ୍ଟି କରିଥିବା ଆଦି ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜ୍ୟସଭାପତି ଶ୍ରୀ ବସନ୍ତ ପଣ୍ଡାଙ୍କ ଅନୁମୋଦନକ୍ରମେ କଟକ ନଗର ଜିଲ୍ଲା ଯୁବମୋର୍ଚ୍ଚା ସଭାପତି...
  • ସମସ୍ତ ସାଂସଦମାନଙ୍କୁ ଚିଠି ଲେଖିଲେ

    ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି  ନବୀନ ପଟ୍ଟନାୟକ ଦଳର ଲୋକସଭା ଓ ରାଜ୍ୟସଭା ସାଂସଦମାନେ ରାଜ୍ୟବାସୀଙ୍କ ବିଭିନ୍ନ ସ୍ୱାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଂଗଗୁଡିକୁ ସଂସଦରେ ସଠିକ୍‍ ଭାବରେ ଉପସ୍ଥାପନ କରି ରାଜ୍ୟବାସୀଙ୍କ ଶ୍ରଦ୍ଧାଭାଜନ ହେବା ପାଇଁ ଆଶା...
  • ବିଜେପି ସାଂସଦ ଡ. ସୁବ୍ରମଣ୍ୟ ସ୍ୱାମୀଙ୍କ ଗିରଫ ଦାବୀରେ ଏତଲା ଦାୟର

    ଭୁବନେଶ୍ୱର :ଓଡ଼ିଶା ପ୍ରଦେଶ କଂଗ୍ରେସ ଅନୁସୂଚୀତ ବିଭାଗ ପକ୍ଷରୁ ବିଜେପି ସାଂସଦ ଡ. ସୁବ୍ରମଣ୍ୟ ସ୍ୱାମୀ ଗତ ୫.୭.୨୦୧୯ ରିଖରେ ଅଖିଳ ଭାରତ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କୁ ଆପେକ୍ଷ କରି ଯେଉଁ ଟିପ୍ପଣୀ ପ୍ରଦାନ କରିଛନ୍ତି ତାହାର...
  • ରେଳ ବଜେଟରେ ଓଡିଶାକୁ ଏଥର ମିଳିଛି ରେକର୍ଡ ପରିମାଣର ଅନୁଦାନ

    ଭୁବନେଶ୍ୱର : କେନ୍ଦ୍ରୀୟ ରେଳ ବଜେଟ ୨୦୧୯-୨୦ ଆର୍ଥୀକ ବର୍ଷ ପାଇଁ ଓଡିଶାକୁ ମିଳିବ ୫୮୦୦ କୋଟିରୁ ଅଧିକ ଅର୍ଥ । କେନ୍ଦ୍ରରେ ମୋଦି ସରକାର କ୍ଷମତାକୁ ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ...
WhatsApp chat