ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆମେରିକା ପରରାଷ୍ଟ୍ର ସଚିବ

ମାଇକେଲ ପୋମ୍ପିଓ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆମେରିକା ପରରାଷ୍ଟ୍ର ସଚିବ ମାଇକେଲ ପୋମ୍ପିଓ ଆମେରିକା ପରରାଷ୍ଟ୍ର ସଚିବ ମାଇକେଲ ପୋମ୍ପିଓ ଆଜି ସକାଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ସଚିବ ପୋମ୍ପିଓ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶୁଭେଚ୍ଛା ଜଣାଇବା ସହ ନିର୍ବାଚନରେ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ସଚିବ ପୋମ୍ପିଓଙ୍କ ହାର୍ଦ୍ଦିକ ଅଭିନନ୍ଦନ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ତାଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଦେବାକୁ ଅନୁରୋଧ କରିଥିଲେ ।

ଆମେରିକା ସହିତ ସମ୍ପର୍କକୁ ସେ ଗୁରୁତ୍ୱ ପ୍ରଦାନ କରୁଥିବା ନେଇ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ ଏବଂ ତାଙ୍କର ନୂତନ କାର୍ଯ୍ୟକାଳରେ ଆମେରିକା ସହିତ ରଣନୈତିକ ଭାଗୀଦାରୀ ନେଇ ତାଙ୍କର ସଂକଳ୍ପକୁ ବ୍ୟକ୍ତ କରିଥିଲେ ।

ଉଭୟ ଦେଶ ମଧ୍ୟରେ ସମ୍ପର୍କକୁ ବିଶ୍ୱାସ ଏବଂ ପାରସ୍ପରିକ ଲାଭର ଦୃଢ଼ ଭିତି ଉପରେ ସ୍ଥାପନ କରିବା ପାଇଁ ସେ ଗୁରୁତ୍ୱାରୋପ କରିଥିଲେ । ଭାରତ ସହିତ ଦୃଢ଼ ସମ୍ପର୍କ ସ୍ଥାପନ ଏବଂ ମିଳିତ ଭାବେ ସହଭାଗୀ ଉଦ୍ଦେଶ୍ୟ ଓ ଲାଭ ହାସଲ ପାଇଁ କାର୍ଯ୍ୟ କରିବା ନେଇ ଆମେରିକା ସରକାରଙ୍କ ଆଗ୍ରହ ସମ୍ବନ୍ଧରେ ସଚିବ ପୋମ୍ପିଓ ପ୍ରକାଶ କରିଥିଲେ ।

ବାଣିଜ୍ୟ, ଅର୍ଥନୀତି, ଶକ୍ତି, ପ୍ରତିରକ୍ଷା, ଆତଙ୍କବାଦର ମୁକାବିଲା ଏବଂ ନାଗରିକ ସମ୍ପର୍କ ଆଦି କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କର ପୂର୍ଣ୍ଣ ସମ୍ଭାବନା ହାସଲ କରିବା ନେଇ ପ୍ରଧାନମନ୍ତ୍ରୀ ତାଙ୍କ ଦୃଢ଼ ସଂକଳ୍ପ ବ୍ୟକ୍ତ କରିଥିଲେ ।

Categories
INTERNATIONAL
Newsroll

RELATED BY

  • ଭାରତର ଗ୍ୟାସ ଭିତିଭୂମି କାମରେ କତାରର ପୁଞ୍ଜିନିବେଶ ନେଇ ଆଲୋଚନା

    ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ର ବିଶେଷ ଭାବରେ ହାଇଡ୍ରୋକାର୍ବନ କ୍ଷେତ୍ରରେ ଭାରତ ଓ କତାର ମଧ୍ୟରେ ପାରସ୍ପରିକ ସହଯୋଗକୁ ମଜବୁତ୍ କରିବା ପାଇଁ କତାରର ପ୍ରଧାନମନ୍ତ୍ରୀ ସମ୍ମତି ଜଣାଇବା ଫଳରେ ଏବେ ଭାରତ ଓ କତାର ମଧ୍ୟରେ ହାଇଡ୍ରୋକାର୍ବନ ସମ୍ପର୍କ ଆହୁରି...
  • ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତର ଚତୁର୍ଥ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବି/ଭୁବନେଶ୍ୱର : ପାଞ୍ଚ ଦିନିଆ ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆବୁଧାବି ସ୍ଥିତ ଭାରତୀୟ ତୈଳ ମନ୍ତ୍ରାଳୟର ରାଷ୍ଟ୍ରାୟତ ଉଦ୍ୟୋଗ କମ୍ପାନୀ ଇଞ୍ଜିନିୟର ଇଣ୍ଡିଆ ଲିମିଟେଡ୍ (ଇଆଇଏଲ୍)କୁ ପରିଦର୍ଶନ କରିବା ସହ ବିଭିନ୍ନ ବୈଦେଶିକ...
  • ଭାରତ ଉର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବୀ/ଭୁବନେଶ୍ୱର : ଭାରତରେ ଉର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି ବୋଲି ସୋମବାର ଆବୁଧାବୀରେ ଅନ୍ତର୍ଜାତୀୟ ଶକ୍ତି ଫୋରମର ୮ତମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗ ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
  • ୟୁଏଇର ପ୍ରମୁଖ ତୈଳ, ଗ୍ୟାସ ଓ ପେଟ୍ରୋଲିୟମ ଏବଂ ଇସ୍ପାତ୍ କମ୍ପାନୀଙ୍କ ସହ ବୈଠକ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି ।...