ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସହ

ଟେମାସେକ ଫାଉଣ୍ଡେସନ୍‌ ଇଣ୍ଟରନ୍ୟାସନାଲର ପ୍ରତିନିଧିଦଳଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର:ଆଜି ପୂର୍ବାହ୍ନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକଙ୍କ ସଚିବାଳୟସ୍ଥ ପ୍ରକୋଷ୍ଠରେ ଟେମାସେକ ଫାଉଣ୍ଡେସନ୍‌ ଇଣ୍ଟରନ୍ୟାସନାଲର ପ୍ରତିନିଧି ଦଳ ଏକ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଥିଲେ । ଗତ ବର୍ଷ ୧୦୦ ଜଣ ଆଇଟିଆଇ ଓ ପଲିଟେକ୍‌ନିକ୍‌ର ଅଧ୍ୟକ୍ଷମାନେ ନେତୃତ୍ୱ ବିକାଶ ପ୍ରଶିକ୍ଷଣ ନିମନ୍ତେ ସିଙ୍ଗାପୁର ଗସ୍ତ କରିଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ପଲିଟେକ୍‌ନିକ୍‌ ଓ ଆଇଟିଆଇର ପ୍ରଶିକ୍ଷକମାନେ ସିଙ୍ଗାପୁରଠାରେ ତାଲିମ ନେବାର କାର୍ଯ୍ୟକ୍ରମ ସଂପର୍କରେ ଏହି ପ୍ରତିନିଧି ଦଳ ମନ୍ତ୍ରୀ ଶ୍ରୀ ନାୟକଙ୍କୁ ଅବଗତ କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଆଇଟିଇଇଏସ୍‌, ସିଙ୍ଗାପୁର ତଥା ନାନ୍‌ୟାଙ୍ଗ ପଲିଟେକ୍‌ନିକ୍‌
ଇଣ୍ଟରନ୍ୟାସନାଲ୍‌ର ସିନିଅର ଡାଇରେକ୍‌ଟର ଜେରାଲଡ୍‌ ୟିଓଙ୍କ ସହିତ ଅନ୍ୟାନ୍ୟ ପ୍ରତିନିଧି , ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ନିୟୋଜନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ତଥା ଓଏସ୍‌ଡିଏ ର ସିଇଓ ଶ୍ରୀ ରାଜେଶ ପ୍ରଭାକର ପାଟିଲଙ୍କ ସହିତ ବହୁ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ ।

Categories
INTERNATIONAL
Newsroll

RELATED BY

  • ଭାରତର ଗ୍ୟାସ ଭିତିଭୂମି କାମରେ କତାରର ପୁଞ୍ଜିନିବେଶ ନେଇ ଆଲୋଚନା

    ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ର ବିଶେଷ ଭାବରେ ହାଇଡ୍ରୋକାର୍ବନ କ୍ଷେତ୍ରରେ ଭାରତ ଓ କତାର ମଧ୍ୟରେ ପାରସ୍ପରିକ ସହଯୋଗକୁ ମଜବୁତ୍ କରିବା ପାଇଁ କତାରର ପ୍ରଧାନମନ୍ତ୍ରୀ ସମ୍ମତି ଜଣାଇବା ଫଳରେ ଏବେ ଭାରତ ଓ କତାର ମଧ୍ୟରେ ହାଇଡ୍ରୋକାର୍ବନ ସମ୍ପର୍କ ଆହୁରି...
  • ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତର ଚତୁର୍ଥ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବି/ଭୁବନେଶ୍ୱର : ପାଞ୍ଚ ଦିନିଆ ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆବୁଧାବି ସ୍ଥିତ ଭାରତୀୟ ତୈଳ ମନ୍ତ୍ରାଳୟର ରାଷ୍ଟ୍ରାୟତ ଉଦ୍ୟୋଗ କମ୍ପାନୀ ଇଞ୍ଜିନିୟର ଇଣ୍ଡିଆ ଲିମିଟେଡ୍ (ଇଆଇଏଲ୍)କୁ ପରିଦର୍ଶନ କରିବା ସହ ବିଭିନ୍ନ ବୈଦେଶିକ...
  • ଭାରତ ଉର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବୀ/ଭୁବନେଶ୍ୱର : ଭାରତରେ ଉର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି ବୋଲି ସୋମବାର ଆବୁଧାବୀରେ ଅନ୍ତର୍ଜାତୀୟ ଶକ୍ତି ଫୋରମର ୮ତମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗ ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
  • ୟୁଏଇର ପ୍ରମୁଖ ତୈଳ, ଗ୍ୟାସ ଓ ପେଟ୍ରୋଲିୟମ ଏବଂ ଇସ୍ପାତ୍ କମ୍ପାନୀଙ୍କ ସହ ବୈଠକ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି ।...