କେନ୍ଦ୍ରାପଡା ପର୍ଯ୍ୟନ୍ତ ରେଳ ଯୋଗାଯୋଗ କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ସେପ୍ଟେମ୍ବର ୨୦୧୯ ସୁଦ୍ଧା

ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ହରିଦାସପୁର-ପାରାଦୀପ ରେଳ ଲାଇନ ନିର୍ମାଣର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ହରିଦାସପୁରରୁ କେନ୍ଦ୍ରାପଡା ପର୍ଯ୍ୟନ୍ତ ରେଳ ଯୋଗାଯୋହ କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ହରିଦାସପୁରରୁ କେନ୍ଦ୍ରାପଡା ପର୍ଯ୍ୟନ୍ତ ୪୭ କିଲୋମିଟର ରେଳ ଲାଇନ ନିର୍ମାଣର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ।

ଏହି ରେଳ ଲାଇନ୍ ପରୀକ୍ଷାମୂଳକ ଭାବେ ଏକ Tower Car ମଧ୍ୟ ସଫଳ ଭାବରେ ଚାଲିଛି ।

ରେଳ ଲାଇନ୍ ସମସ୍ତ ସ୍ଥାନରେ ନିରବଚ୍ଛିନ୍ନ ଭାବେ କାମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ଦ୍ରାପଡା ବିଦ୍ୟୁତ୍ ସବ୍ ଷ୍ଟେସନ କାର୍ଯ୍ୟ ମଧ୍ୟ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ଶକ୍ତି ବିଭାଗ ଓ OPTCL କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାଦ୍ୱାରା ରେଳ ଲାଇନ ସଂପୂର୍ଣ୍ଣ ହେବାର ପ୍ରଥମ ଦିନରୁ ହିଁ Electric Train ଗୁଡିକ ଯାତାୟତ କରିପାରିବ ବୋଲି ସେ କହିଥିଲେ ।

ସ୍ଥାନୀୟ ସାଂସଦ ଓ ବିଧାୟକଙ୍କୁ ମଧ୍ୟ ଏହି କାର୍ଯ୍ୟରେ ପୂର୍ଣ୍ଣ ସହଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହି ରେଳ ଲାଇନରେ ପାସେଞ୍ଜର ଟ୍ରେନ ଯାତାୟତ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପ୍ରାଥମିକ କାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ରେଳ ଲାଇନ ନିର୍ମାଣ ଦ୍ୱାରା କେନ୍ଦ୍ରାପଡାବାସୀଙ୍କର ବହୁ ଦିନର ସ୍ୱପ୍ନ ପୂରଣ ହୋଇପାରିବ ଏବଂ କେନ୍ଦ୍ରାପଡା ଜିଲ୍ଲାକୁ ପ୍ରଥମ ଥର ପାଇଁ ରେଳ ଯୋଗାଯୋଗ ବ୍ୟବସ୍ଥା ଆରମ୍ଭ ହୋଇପାରିବ ।

ଏହି ବୈଠକରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, କେନ୍ଦ୍ରାପଡା ସାଂସଦ ଶ୍ରୀ ଅନୁଭବ ମହାନ୍ତି ଏବଂ ମହାକାଳପଡା ବିଧାୟକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା, ମୁଖ୍ୟ ଶାସନ ସଚିବ ଶ୍ରୀ ଆଦିତ୍ୟ ପାଢୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • ଏ ସଂସାରରେ କାହା ସହିତ କାହାର ସଂପର୍କ ଗଠନ ହୁଏ ଓ ବିଚ୍ଛେଦ ହୋଇଯାଏ ତାହା କାହାକୁ ଆନନ୍ଦର ସୁଖ ପ୍ରଦାନ କରି ପରେ ବିରହର ଦୁଃଖରେ ଜର୍ଜରିତ କରିଥାଏ ଏବଂ ଅପ୍ରତ୍ୟାଶିତ ଭାବେ ଏପରି ଘଟିଯାଏ ତାହା କେହି...
  • କେତେବେଳେ ଦୁଃଖ ଆସେ, କେତେବେଳେ ସୁଖ ଆସେ, ଏହି ସବୁ ଅନୁଭୂତି ମନୁଷ୍ୟ ଜୀବନରେ ବାରମ୍ବାର ଘଟିଥାଏ । କିନ୍ତୁ ଏପରି ଏକ ଅନୁଭୂତି ଯାହାକି ପୂର୍ବରୁ କେବେ ଅନୁଭବ କରିନଥିବେ କି କେବେ ଘଟିବ ବୋଲି ଆଶା କରିନଥିବେ,...
  • ଜୀବନରେ ବେଳେବେଳେ ଏପରି ଅପ୍ରତ୍ୟାଶିତ ଘଟଣା ଘଟେ, ତାହା ଆଶ୍ଚର୍ଯ୍ୟମୟ ହୋଇଥାଏ । ସୁବ୍ରତଙ୍କର ଜୀବନରେ ଏପରି ଏକ ଘଟଣା ଘଟିବ ବୋଲି ସେ କେବେ କଳ୍ପନା କରିପାରିନଥିଲେ ? କିଛି ବର୍ଷ ପୂର୍ବେ ସେ ତରୁଣୀ ସୁପ୍ରିୟାର ସଂସ୍ପର୍ଶରେ...
  • ଜୀବନରେ ଅଚାନକ ଏପରି କେତେକ ଘଟଣା ଘଟିଯାଏ, ଯାହା ଅତ୍ୟନ୍ତ ମର୍ମସ୍ପର୍ଶୀ ଓ ହୃଦୟ ବିଦାରକ ହୋଇଥାଏ । ଭଗବାନ କେତେବେଳେ କାହାକୁ କାହା ସହିତ ପ୍ରେମ ବନ୍ଧନରେ ଆବଦ୍ଧ କରି ଓ ବିଚ୍ଛିନ୍ନ କରାଇ ଦିଅନ୍ତି ଓ ପ୍ରେମର...
  • ଅନ୍ତରର ଅନୁଭବ ହୃଦ କରିଥାଏ । ଚକ୍ଷୁ ଓ ମନ ହୃଦୟଦ୍ୱାରା ନିୟନ୍ତ୍ରିତ ହୋଇଥାଏ । ଅନ୍ୟର ଦୁଃଖ ହୃଦୟ ସହି ପାରିନଥାଏ । ସେହିପରି ଏକ ସୁନ୍ଦରୀ ତରୁଣୀର ଆକର୍ଷଣ ମଧ୍ୟ ହୃଦୟ ମଧ୍ୟକୁ ପ୍ରବେଶ କରି ତା...

RELATED BY