ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ

କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି :କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପୂର୍ବ ବର୍ଷ ଭଳି ଓଡିଶା ପାଇଁ ଚଳିତ ରେଳ ବଜେଟ୍ ରେକର୍ଡ ଅର୍ଥ ୫ ହଜାର ୯୯୩ କୋଟି ବ୍ୟୟବରାଦ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ଗୋଏଲ ମୋଦି ସରକାରଙ୍କର ଓଡିଶା ପାଇଁ ରେଳ ବଜେଟରେ ବଡ ବ୍ୟୟବରାଦର ଧାରାକୁ ଆଗେଇ ନେଇଛନ୍ତି ଓ ଏହା ଭାରତକୁ ଆଗେଇ ନେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଚଳିତ ବଜେଟରେ ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

ଯାତ୍ରୀଙ୍କ ସୁରକ୍ଷା ପାଇଁ ରେଳ ଓଭର ବ୍ରିଜ୍ ଏବଂ ରେଳପଥ ଅତିକ୍ରମ କରିବା ବ୍ୟବସ୍ଥାକୁ ବିଶେଷ ଦୃଷ୍ଟି ଦିଆଯାଇଛି ବୋଲି ସେ କହିଛନ୍ତି ।

ସେହିପରି ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି ।

ବିଶେଷ କରି ସେ ଅନୁରୋଧ କରିଥିବା ରାଜ୍ ଆଠଗଡ–କାଇପଦର ରୋଡ ଏବଂ ତାଲଚେର-ଅନୁଗୁଳ କର୍ଡ ଲାଇନ୍ ପାଇଁ ସର୍ଭେ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଶ୍ରୀ ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦୀର୍ଘ ଦିନର ପ୍ରକଳ୍ପ ଯଥା ଅନୁଗୁଳ–ସୁକିନ୍ଦା ରୋଡ୍, ହରିଦାସପୁର-ପାରାଦ୍ୱୀପ, ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର, ତାଳଚେର-ବିମଳାଗଡ, ଜୟପୁର-ମାଲକାନଗିରି, ନୂଆପଡା-ଗୁଣୁପୁର ଏବଂ ସମ୍ବଲପୁର-ଟିଟଲାଗଡ ରେଳ ପ୍ରକଳ୍ପ ପାଇଁ ରେକର୍ଡ ପରିମାଣର ବ୍ୟୟବରାଦ ଚଳିତ ରେଳ ବଜେଟରେ କରାଯାଇଛି ବୋଲି ସେ କହିଛନ୍ତି ।

Categories
NATIONAL
Newsroll

RELATED BY

  • ଓଡ଼ିଶାରେ ୬ ବର୍ଷ ମଧ୍ୟରେ ୯ହଜାର ୯ ଶହ ୩୭ ଦଳିତ ଅତ୍ୟାଚାର ହୋଇଛନ୍ତି : କେନ୍ଦ୍ରମନ୍ତ୍ରୀ

    ଭୁବନେଶ୍ୱର: ସମାଜରେ ଦଳିତ ଓ ନିଷ୍ପେସିତମାନଙ୍କ ଉପରେ ହେଉଥିବା ଅତ୍ୟାଚାର ରୋକିବା ଉପରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଗୁରୁତ୍ୱାରୋପ କରିଛନ୍ତି । ଆଜି ଭୁବନେଶ୍ୱରଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ...
  • ଓଡ଼ିଶାର ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ୍

    ଭୁବନେଶ୍ୱର : କେନ୍ଦ୍ରାପଡା ଜିଲ୍ଲାରେ ଏକ୍ସପାରି କୃମି ଔଷଧ ଖାଇ ୩୬ ଜଣ ଶିଶୁ ଅସୁସ୍ଥ ହେବା ଘଟଣାରେ ସ୍ୱାସ୍ଥ୍ୟ ବିଭାଗର ଅହେତୁକ ଅବହେଳା ପ୍ରମାଣିତ ହୋଇଛି । ଡାକ୍ତର ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କର ଦାୟିତ୍ୱହୀନତାରୁ ଶିଶୁମାନେ ଅସୁସ୍ଥ ହୋଇଥିବା...
  • ଦ୍ୱାଦଶ ସ୍ଥାନରେ ଓଡ଼ିଶା,ଶୀର୍ଷରେ କର୍ଣ୍ଣାଟକ

    ଦିଲ୍ଲୀ : ନୀତି ଆୟୋଗ ଦ୍ୱାରା ୨୦୧୯ ବର୍ଷ ପାଇଁ ଭାରତ ନବୋନ୍ମେଷ ସୂଚକାଙ୍କ ପ୍ରକାଶ ପାଇଛି । ଦେଶର ବୃହତ ରାଜ୍ୟଗୁଡ଼ିକ ମଧ୍ୟରେ କର୍ଣ୍ଣାଟକ ସର୍ବାଧିକ ନବୋନ୍ମେଷୀ ରାଜ୍ୟ ଭାବେ ପ୍ରଥମ ସ୍ଥାନ ହାସଲ କରିଛି । ଏହାପଛକୁ...
  • ହ୍ୱାଟ୍ସଆପ ଓ ଫେସବୁକ ମେସେଞ୍ଜର ମାଧ୍ୟମରେ ୨ ଲକ୍ଷ ଘଣ୍ଟା ପ୍ରଶିକ୍ଷଣ

    କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ‘ଗୋଲ’ (ଗୋଇଙ୍ଗ ଅନଲାଇନ ଆଜ ଲିଡର୍ସ)ର ଦ୍ୱିତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି । ଏହା ଫେସବୁକର ଏକ କାର୍ଯ୍ୟକ୍ରମ ଯାହାର ଉଦ୍ଦେଶ୍ୟ ହେଉଛି ଦେଶବ୍ୟାପୀ ଜନଜାତିର ମହିଳାମାନଙ୍କୁ ସେମାନଙ୍କ ସମୁଦାୟ...